ପ୍ରଖ୍ୟାତ ବଲିଉଡ୍ ଅଭିନେତ୍ରୀ ଓ କଣ୍ଠଶିଳ୍ପୀ ସୁଲକ୍ଷଣା ପଣ୍ଡିତଙ୍କ ପରଲୋକ: ୭୧ ବର୍ଷ ବୟସରେ ହୃଦ୍‌ଘାତରେ ମୃତ୍ୟୁ

୭୧ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ସୁଲକ୍ଷଣା କେବଳ ଜଣେ ଅଭିନେତ୍ରୀ ନ ଥିଲେ, ତାଙ୍କର କଣ୍ଠର ଯାଦୁ ମଧ୍ୟ ଅନେକ ସିନେମାରେ ଦେଖିବାକୁ ମିଳିଛି ।

8

Sulakshana Pandit Photograph: (KanakNews)

କନକ ବ୍ୟୁରୋ: ବଲିଉଡ ଅଭିନେତ୍ରୀ ଓ ଗାୟିକା  ସୁଲକ୍ଷଣା ପଣ୍ଡିତଙ୍କର ପରଲୋକ । ୭୧ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ସୁଲକ୍ଷଣା କେବଳ ଜଣେ ଅଭିନେତ୍ରୀ ନ ଥିଲେ, ତାଙ୍କର କଣ୍ଠର ଯାଦୁ ମଧ୍ୟ ଅନେକ ସିନେମାରେ ଦେଖିବାକୁ ମିଳିଛି । ୭୦- ୮୦ ଦଶକରେ ଚଳଚ୍ଚିତ୍ର ଉଲଝନ, ସଂକୋଚ, ଅପନାପନ , ହେରାଫେରି ସିନେମାରେ ଅଭିନୟ କରିଥିଲି । ଗତକାଲି ରାତିରେ ତାଙ୍କର ହୃଦଘାତରେ ପରଲୋକ ଘଟିଛି । ଆଜି ତାଙ୍କର ଅନ୍ତିମ ସଂସ୍କାର କରାଯିବ । ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ । ଗୋଟେ ଲମ୍ବା ସମୟ ଧରି ବଲିଉଡରେ କାମ କରିଥିଲେ । ଗୋଟେ ସଂଗୀତ ପରିବାରରେ ତାଙ୍କର ଜନ୍ମ ହୋଇଥିଲା । ବଲିଉଡ ଜଗତର ଜଣାଶୁଣା ସଂଗୀତ ନିର୍ଦ୍ଦେଶକ ଯତୀନ ଲଳିତଙ୍କର ସେ ଭଉଣୀ । ଛତିଶଗଡ ସୁଲକ୍ଷଣା ପଣ୍ଡିତଙ୍କର ଜନ୍ମ ହୋଇଥିଲା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe