କନକ ବ୍ୟୁରୋ: ୪ଟି ଜିଲ୍ଲାକୁ ପ୍ରବଳ ବର୍ଷା ଥିବାରୁ ଏହାର ମୁକାବିଲା କରିବା ପାଇଁ ଜୋରଦାର ପ୍ରସ୍ତୁତି କରିଛି ଜିଲ୍ଲା ପ୍ରଶାସନ । ତେବେ ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇଛନ୍ତି । ଭୟଭୀତ ନହୋଇ ପ୍ରଶାସନକୁ ସହଯୋଗ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ।
ଆଜି ରାତିରୁ କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ କରାଇଛି । ତେଣୁ ଏଥିରେ ଭୟଭୀତ ନହେବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ପ୍ରଶାସନର ନିର୍ଦ୍ଦେଶ ଅନୁସାରେ କାମ କରିବାକୁ ସେ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ ତେଣୁ ସମସ୍ତେ ନିଜକୁ ସୁରକ୍ଷିତ ରଖିବାକୁ ପରାମର୍ଶ ଦେଇଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg) 
   Follow Us
 Follow Us/kanak/media/post_attachments/wp-content/uploads/2022/08/naveen-3.jpg)