କନକ ବ୍ୟୁରୋ: କୁଏତ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା । ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ତିଗିରିଆର ମହମ୍ମଦ ଜହୁର ଓ ଗଂଜାମ ଜିଲ୍ଲା ପୁରୁଷୋତମପୁର ବ୍ଲକ ରଣଝାଲି ଗାଁର ସନ୍ତୋଷ ଗୌଡଙ୍କ ଶୋକ ସନ୍ତପ୍ତ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ଆଜି ଦୁଇ ମୃତକଙ୍କ ମୃତଦେହ କେରଳରୁ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେମାନଙ୍କ ଗାଁ ଅଭିମୁଖେ ଯାଇଛି । ତେବେ ଭୁବନେଶ୍ୱରରେ ସେମାନଙ୍କ ମୃତଦେହ ଆସି ପହଞ୍ଚିବା ପରେ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ ଅନ୍ୟ ଦଳୀୟ ନେତାମାନେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଦେଇଥିଲେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2024/06/CM-2.jpg)