କୁଏତରେ ପ୍ରାଣ ହରାଇଥିବା ଦୁଇ ଓଡିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା । ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।

556

କନକ ବ୍ୟୁରୋ: କୁଏତ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା । ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ତିଗିରିଆର ମହମ୍ମଦ ଜହୁର ଓ ଗଂଜାମ ଜିଲ୍ଲା ପୁରୁଷୋତମପୁର ବ୍ଲକ ରଣଝାଲି ଗାଁର ସନ୍ତୋଷ ଗୌଡଙ୍କ ଶୋକ ସନ୍ତପ୍ତ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଆଜି ଦୁଇ ମୃତକଙ୍କ ମୃତଦେହ କେରଳରୁ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେମାନଙ୍କ ଗାଁ ଅଭିମୁଖେ ଯାଇଛି । ତେବେ ଭୁବନେଶ୍ୱରରେ ସେମାନଙ୍କ ମୃତଦେହ ଆସି ପହଞ୍ଚିବା ପରେ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ ଅନ୍ୟ ଦଳୀୟ ନେତାମାନେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଦେଇଥିଲେ ।