ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର । ପୌର ନିର୍ବାଚନ ପାଇଁ ମାର୍ଚ୍ଚ ୨୨ରୁ ୨୪ ପରୀକ୍ଷା ବନ୍ଦ, ଚିଠି ଲେଖି ଜଣାଇଲା ଉଚ୍ଚ ଶିକ୍ଷା ବିଭାଗ । 

Advertisment
ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର । ପୌର ନିର୍ବାଚନ ପାଇଁ ମାର୍ଚ୍ଚ ୨୨ରୁ ୨୪ ପରୀକ୍ଷା ବନ୍ଦ, ଚିଠି ଲେଖି ଜଣାଇଲା ଉଚ୍ଚ ଶିକ୍ଷା ବିଭାଗ । 

କନକ ବ୍ୟୁରୋ : ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର । ପୌର ନିର୍ବାଚନ ପାଇଁ ଆସନ୍ତା ମାର୍ଚ୍ଚ ୨୨ରୁ ୨୪ ତାରିଖ ଯାଏଁ ପରୀକ୍ଷା ବନ୍ଦ । ଯୁକ୍ତ ୩ ଓ ବିଶ୍ୱବିଦ୍ୟାଳୟ ସ୍ତରରେ ହେବାକୁ ଥିବା ପରୀକ୍ଷା ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି ।  ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଉଚ୍ଚଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ଆଉ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ସମସ୍ତ କୁଳପତି ଓ କଲେଜ ଅଧ୍ୟକ୍ଷ ମାନଙ୍କୁ ଚିଠି ଲେଖି ଜଣାଇଛି ବିଭାଗ । ଚିଠି ଲେଖି ପରୀକ୍ଷା ବନ୍ଦ ନେଇ ଜଣାଇଲା ଉଚ୍ଚଶିକ୍ଷା ବିଭାଗ ।

ପୌର ନିର୍ବାଚନରେ କଲେଜ ଗୁଡିକରେ ବୁଥ୍ ହେଉଥିବାରୁ ପରୀକ୍ଷା ବନ୍ଦ ରହିବ । ଆସନ୍ତା ମାର୍ଚ୍ଚ ୨୪ରେ ପୌର ନିର୍ବାଚନ ପାଇଁ ପଡିବ ଭୋଟ । ତେବେ ଏହି ସମୟରେ ଯୁକ୍ତ ୩ ଓ ବିଶ୍ୱବିଦ୍ୟାଳୟ ସ୍ତରରେ ପରୀକ୍ଷା ଥିବାରୁ ଏହାକୁ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe