ହାଇକୋର୍ଟରୁ କେଜ୍ରିୱାଲଙ୍କୁ ଝଟକା । ଗିରଫଦାରୀ ବିରୋଧରେ କରାଯାଇଥିବା ଆବେଦନ ଖାରଜ ।

Advertisment
କୋର୍ଟରେ ହାଜର ହେବା ପୂର୍ବରୁ ମୁହଁ ଖୋଲିଲେ କେଜ୍ରିୱାଲ । କହିଲେ, ପ୍ରଧାନମନ୍ତ୍ରୀ ଯାହା କରୁଛନ୍ତି ତାହା ଠିକ୍ କରୁନାହାନ୍ତି ।

କନକ ବ୍ୟୁରୋ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ହାଇକୋର୍ଟରୁ ଝଟକା । ଇଡିର ଗିରଫଦାରୀ ବିରୋଧରେ କରାଯାଇଥିବା ଆବେଦନକୁ ଖାରଜ କରିଛନ୍ତି ହାଇକୋର୍ଟ । ଜଷ୍ଟିସ୍ ସ୍ୱର୍ଣ୍ଣକାନ୍ତା ଶର୍ମା ଏହି ଆବେଦନକୁ ଖାରଜ କରିଛନ୍ତି । ସେ କହିଛନ୍ତି ଯେ, ଏହା କେନ୍ଦ୍ର ସରକାର ଓ କେଜ୍ରିୱାଲଙ୍କ ଭିତରେ ମାମଲା ନୁହେଁ । ବରଂ ଏହା ଇଡି ଏବଂ କେଜ୍ରିୱାଲଙ୍କ ଭିତରେ ମାମଲା । ମନି ଲଣ୍ଡ୍ରିଂ ମାମଲାରେ ଏଜେନ୍ସି ତାକୁ ଗିରଫ କରିଛି । ତେଣୁ କାହାକୁ ବି ଏ ମାମଲାରେ ବିଶେଷାଧିକାର ଦିଆଯିବ ନାହିଁ । ଇଡି ପାଖରେ ପଯ୍ୟାପ୍ତ ପ୍ରମାଣ ରହିଛି ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe