ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବି । ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କ୍ରିୟାନୁଷ୍ଠାନ କମିଟି ସଦସ୍ୟ, ପୂର୍ବରୁ ଜିଲ୍ଲା ଦାବିକୁ ବିଜେଡି ଦେଇଛି ସମର୍ଥନ ।

116

କନକ ବ୍ୟୁରୋ : ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କ୍ରିୟାନୁଷ୍ଠାନ କମିଟିର ସଦସ୍ୟ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ପଦ୍ମପୁରକୁ ଜିଲା ଘୋଷଣା କରିବା ପାଇଁ ଦାବି କରିଛନ୍ତି। ଦୀର୍ଘ ଦିନ ହେବ ପଦ୍ମପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କ୍ରିୟାନୁଷ୍ଠାନ କମିଟି ଆନ୍ଦୋଳନ ଜାରି ରଖିଛି।

ଗତ କିଛି ଦିନ ତଳେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ବିଜେଡି ବିଧାୟକ ସୁଶାନ୍ତ ସିଂ କ୍ରିୟାନୁଷ୍ଠାନ କମିଟିକୁ ଭେଟି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ନିମନ୍ତ୍ରଣ ଦେଇଥିଲେ। ସେହି ଅନୁରୋଧ କ୍ରମେ ଆଜି କମିଟିର ସଦସ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ପଦ୍ମପୁର ଉପ ନିର୍ବାଚନ ଥିବାରୁ ଜିଲ୍ଲା ମାନ୍ୟତା ଦାବି ଜୋର ଧରିଛି। ଜିଲ୍ଲା ଗଠନ ଦାବିକୁ ବିଜେଡି ପୂର୍ଵରୁ ସମର୍ଥନ ଜଣାଇଛି। ପରବର୍ତ୍ତୀ ସମୟରେ ଯେବେ ନୂଆ ଜିଲ୍ଲା ପାଇଁ କମିଟି ଗଠନ ହେବ ସେତେବେଳେ ପଦ୍ମପୁରର ଦାବିକୁ ପ୍ରାଥମିକତା ଦିଆଯିବ ବୋଲି ବିଜେଡି ପକ୍ଷରୁ କୁହାଯାଇଥିଲା । ବିଜେପି ମଧ୍ୟ ଏ ଦାବିକୁ ସମର୍ଥନ କରିବା ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଏକ ଟିମ ଭେଟି ଆଲୋଚନା କରିଥିଲେ।