ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା : ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

Advertisment
ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ! ଆଜି ୭ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା

କନକ ବ୍ୟୁରୋ : ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଜାରି ରହିବ। ଏହାପରେ ରାଜ୍ୟରେ ଧୀରେଧୀରେ ତାତି ବଢ଼ିବ ଓ ପାଖାପାଖି ୩ ଡିଗ୍ରି ପର୍ଯ୍ୟନ୍ତ ପାରଦ ସ୍ତରରେ ବୃଦ୍ଧି ଦେଖାଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଏବେ ୩ ଦିନ ଧରି ରାଜ୍ୟର କିଛି କିଛି ଅଞ୍ଚଳରେ କାଳବୈଶାଖୀ ବର୍ଷା ଜାରି ରହିବ। ଏଣୁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବ। ବିଶେଷକରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ ଓ ୩୦ରୁ ୪୦ କିମି ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରାଯାଇଛି ।

ସେହିଭଳି ୧୧ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟ‌ାଗଡ଼, କନ୍ଧମାଳ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ଏବଂ ୧୨ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଧା, ପୁରୀ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏହି ଦୁଇ ଦିନ ମଧ୍ୟ ପବନର ବେଗ ୩୦ରୁ ୪୦ କିମି ରହିବ।

ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାତିରେ କୌଣସି ପରିବର୍ତ୍ତନ ଦେଖାଯିବ ନାହିଁ। ଏହାପରେ ଧୀରେଧୀରେ ପାରଦସ୍ତରରେ ବୃଦ୍ଧି ପରିଲକ୍ଷିତ ହେବ ଓ ପରବର୍ତ୍ତୀ ଦିନଗୁଡ଼ିକରେ ତାପମାତ୍ରା ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe