କନକ ବ୍ୟୁରୋ: ପ୍ରଥମ ପର୍ଯ୍ୟାୟ ମତଦାନ ପୂର୍ବରୁ ବିଜେପିର ପ୍ରମୁଖ ଶୀର୍ଷ ନେତାଙ୍କ ଓଡିଶା ଗସ୍ତ ଜାରି ହୋଇଛି । ୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ ପୂର୍ବରୁ ଆଜି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଓଡ଼ିଶା ଆସି ଭୁବନେଶ୍ୱରରେ ବୁଦ୍ଧିଜୀବୀ ଓ ଗଣମାଧ୍ୟମ ପ୍ରତିନିଧିଙ୍କ ସହ ଆଲୋଚନା କରିବେ । ସେହିପରି କଟକ ଓ ସମ୍ବଲପୁରରେ ବିଭିନ୍ନ ବୈଠକ କରିବେ । ଆସନ୍ତାକାଲି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ଭୁବନେଶ୍ୱରରେ ଦଳର ନିର୍ବାଚନ ସଂକ୍ରାନ୍ତୀୟ ଆଲୋଚନା କରିବେ । ଏହାପରେ କଟକରେ ଦଳୀୟ ସଦସ୍ୟଙ୍କ ସହ ନିର୍ବାଚନ ରଣନୀତି ସମ୍ପର୍କରେ ଆଲୋଚନା କରିବେ ।
୬ ତାରିଖରେ ମୋଦୀଙ୍କର ଓଡ଼ିଶାରେ ପ୍ରଥମ ନିର୍ବାଚନୀ କାର୍ଯ୍ୟକ୍ରମ ହେବାକୁ ଯାଉଛି । ଏହି ଗସ୍ତ ବେଳେ ମୋଦୀ ବ୍ରହ୍ମପୁର ଓ ନବରଙ୍ଗପୁରରେ ସାଧାରଣ ସଭାର ଆୟୋଜନ କରିବେ । ଓଡିଆ ଅସ୍ମିତା, ବିକାଶକୁ ଆଧାର କରି ମୋଦୀ ନିକଟରେ ଓଡିଶା ପ୍ରସଙ୍ଗରେ ନିଜର ପ୍ରତିକ୍ରିୟା ରଖିଥିଲେ । ଯାହାକୁ ନେଇ ବିଜେଡି ଓ ବିଜେପି ମଧ୍ୟରେ ଚାଲିଛି ବାକ୍ ଯୁଦ୍ଧ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2024/05/2-7.jpg)