କନକ ବ୍ୟୁରୋ: ବିଧାନସଭା ଶୂନ୍ୟକାଳରେ ଉଠିଲା ଭୂତ ରାସନ କାର୍ଡ ହିତାଧିକାରୀ ପ୍ରସଙ୍ଗ । ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ ବିଧାନସଭାରେ ଏହି ପ୍ରସଙ୍ଗ ଉଠାଇଛନ୍ତି । ରାଜ୍ୟରେ ୨୫ ଲକ୍ଷ ଭୂତ କାର୍ଡ ନେଇ ସେ ପ୍ରଶ୍ନ ଉଠାଇଛନ୍ତି । ସେ କହିଛନ୍ତି ଯେ, ଯୋଗାଣ ମନ୍ତ୍ରୀ କହିଥିଲେ ରାସନ କାର୍ଡ ପାଇଁ ୬ ଲକ୍ଷ ୭୦ ହଜାର ନୂଆ ଆବେଦନ କରିଥିଲେ, ତାଙ୍କୁ ସାମିଲ କରିବେ କି ? ଯଦି ୨୫ ଲକ୍ଷ ଭୂତ କାର୍ଡ ତାହାଲେ ସେଗୁଡିକର ଆଧାର ଲିଙ୍କ ହୋଇଛି କି? ଯଦି ହୋଇଛି ତାହା ସ୍ପଷ୍ଟ କରନ୍ତୁ ବୋଲି କହିଛନ୍ତି ପ୍ରତାପ ଦେବ । ଏଥିସହିତ ହିତାଧିକାରୀଙ୍କୁ ସାମିଲ କରିବା ପାଇଁ ସରକାରଙ୍କ ତରଫରୁ ଯଦି କିଛି ବିଜ୍ଞପ୍ତି ପ୍ରକାଶ କରାଯାଇଛି, ତେବେ ସମସ୍ତ ବିଧାୟକଙ୍କୁ ଏହାର କପି ପ୍ରଦାନ କରିବାକୁ ସେ ଦାବି କରିଛନ୍ତି ।