କନକ ବ୍ୟୁରୋ : ଦିଲ୍ଲୀରେ ଆଜି ଚାଷୀ ସଂଗଠନ ଓ ସରକାରଙ୍କ ମଧ୍ୟରେ ଆଲଚନା । କୃଷି ଆଇନକୁ ବିରୋଧ କରି ଧାରଣା ଜାରି ରଖିଛନ୍ତି ଚାଷୀ ସଂଗଠନ । ଏହା ଭିତରେ ଆଜିକୁ ୩୫ ଦିନରେ ପହଂଚିଲାଣି ଆନ୍ଦୋଳନ । ସରକାର ଦାବି ଶୁଣୁ ନଥିବାରୁ ଆନ୍ଦୋଳନରତ କୃଷକ ପଂଜାବରେ ମୋବାଇଲ ଫୋନ ଟାୱାରକୁ ଟାର୍ଗେଟ କରିଛନ୍ତି ।
୨ ଦିନରେ ୧୫ ଶହରୁ ଅଧିକ ମୋବାଇଲ ଟାୱାରକୁ କ୍ଷତି ପହଁଚାଇବା ପରେ ପଂଜାବ ଓ ବିହାରରେ ଚାଷୀ ଓ ପୋଲିସ ମୁହାଁମୁହିଁ ହୋଇଛନ୍ତି । ଚାଷୀଙ୍କ ଏଭଳି କାର୍ଯ୍ୟ ପାଇଁ ପଂଜାବରେ ଫୋନସେବା ବାଧାପ୍ରାପ୍ତ ହୋଇଛି । ଆନ୍ଦୋଳନରତ ଚାଷୀ ମୋବାଇଲ ଟାୱାରକୁ କ୍ଷତି ନପହଂଚାଇବା ଲାଗି ଟେଲିକମ୍ କମ୍ପାନୀଗୁଡ଼ିକ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂହଙ୍କୁ ନିବେଦନ କରିଥିଲେ । ଚାଷୀଙ୍କୁ ମଧ୍ୟ ଏନେଇ ସୂଚନା ଦିଆଯିବା ସତ୍ୱେ ଟାୱାର ଗୁଡିକୁ ଭଙ୍ଗା ଯାଉଥିବା ସୂଚନା ମିଳିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/12/7-18.jpg)