କନକ ବ୍ୟୁରୋ: ଆଜି ଚାଷୀଙ୍କୁ ମିଳିବ କାଳିଆ ଟଙ୍କା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରିବେ । ୯୩୩ କୋଟିରୁ ଅଧିକ ଟଙ୍କାର ସହାୟତା ରାଶି ଡିବିଟି ମାଧ୍ୟମରେ ପ୍ରଦାନ କରାଯିବ । ୪୬ ଲକ୍ଷରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏହା ଦ୍ୱାରା ଉପକୃତ ହେବେ । ୧୮ ଲକ୍ଷରୁ ଅଧିକ ଭୂମିହୀନ କୃଷକଙ୍କ ପରିବାରକୁ ୩୬୦ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ ସହାୟତା ପ୍ରଦାନ କରାଯିବ । ଏହା ସହ ୩୦ ଜିଲ୍ଲାରେ କାଳିଆ କେନ୍ଦ୍ରର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।