କନକ ବ୍ୟୁରୋ : ଆଜି ପଂଚମ ତଥା ଶେଷ ପର୍ଯ୍ୟାୟ ପଂଚାୟତ ଭୋଟ ।  ଏହି ଫେଜରେ  ୨୫ ଜିଲ୍ଲାରେ ୪୮ଟି ବ୍ଲକର ୧୩୧ ଜିଲ୍ଲାପରିଷଦ ଜୋନରେ ଭୋଟଗ୍ରହଣ ହେବ । ୯୭୫ ଗ୍ରାମ ପଂଚାୟତର ୧୩ ହଜାର ୫୧୪ ବୁଥରେ ଭୋଟ ପଡିବ ।  ୪୧ ଲକ୍ଷ ୮୮ ହଜାରରୁ ଅଧିକ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ । ଶେଷ ପର୍ଯ୍ୟାୟରେ ଜିତାପଟ ପାଇଁ ପ୍ରାର୍ଥୀ, ଦଳ ଓ କର୍ମୀ ପୂରା ଦମ ଲଗାଇଦେଇଛନ୍ତି । ୧୩ ହଜାର ୫୧୪ଟି ବୁଥରୁ ୨ହଜାର ୨୭ଟି ବୁଥ ସମ୍ବେଦନଶୀଳ ବୁଥ ରହିଛି । ଯାହାକୁ ନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ୨୫ଟି ଜିଲ୍ଲାରେ ଅତିରିକ୍ତ ପୋଲିସ ଫୋର୍ସ ମୁତୟନ କରାଯାଇଛି ।