କନକ ବ୍ୟୁରୋ: ପୂର୍ବତନ ବିଧାୟକ ତଥା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା । ଏତଲା ଦେଲେ ହାଇକୋର୍ଟ ଆଇନଜୀବୀ ସତ୍ୟ ଶିବ ସୁନ୍ଦର ମହାନ୍ତି । ସତ୍ୟଙ୍କ ଅଭିଯୋଗ ,ପ୍ରଣବ ଦାସ ନିଜ ସରକାରୀ ବାସଭବନରେ କରିଥିବା ବେଆଇନ ନିର୍ମାଣରେ ଚାଲିଥିଲା ଅନୈତିକ କାର୍ୟ୍ୟ । ଏହାସହ ଏହି ଜାଗାରେ ନିର୍ମାଣ କାର୍ଯ୍ୟ ପାଇଁ ସେ ପ୍ରଶାସନଠାରୁ ଅନୁମତି ନେଇନଥିଲେ । ଏହି ନିର୍ମାଣ ସମ୍ପୂର୍ଣ୍ଣ ବେଆଇନ ହୋଇଥିବାରୁ ଏହାର ଉଚ୍ଚ ସ୍ତରୀୟ ତଦନ୍ତ କରିବାକୁ ଦାବି କରିଛନ୍ତି ଆଇନଜୀବୀ । ଏନେଇ ସେ କ୍ୟାପିଟାଲ ପୋଲିସ ଷ୍ଟେସନରେ ଏଫଆଇଆର ଦାଏର କରିଛନ୍ତି ।
ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ଏତଲା । ମାମଲା ରୁଜୁ କଲେ ଆଇନଜୀବୀ ।
/kanak/media/post_attachments/wp-content/uploads/2024/07/Screen-Shot-2024-07-05-at-2.34.11-PM.png)