କନକ ବ୍ୟୁରୋ: ବାଲେଶ୍ୱର ମିଶନ ଶକ୍ତି କାଫେରେ ଅଗ୍ନିକାଣ୍ଡ । ଜିଲ୍ଲାପାଳଙ୍କ ଅଫିସ କାର୍ଯ୍ୟାଳୟରେ ଥିବା ମିଶନ ଶକ୍ତି କାଫେର ରୋଷେଇ ଘରେ ଭୟାବହ ଅଗ୍ନିକାଣ୍ଡ । ରୋଷେଇ ଘରୁ ଅଗ୍ନିକାଣ୍ଡ ହୋଇଥିବା ଜଣାପଡ଼ିଛି । ଅଗ୍ନିଶମ ବାହୀନି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ରାତି ପ୍ରାୟ ୧୧ଟା ବେଳେ ପାଟ୍ରୋଲିଂ ପୋଲିସ ଧୂଆଁ ବାହାରୁଥିବା ଦେଖି ଅଗ୍ନିଶମ ବିଭାଗକୁ ଜଣାଇବା ପରେ ୨ଟି ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚିି ନିଆଁକୁ ଆୟତ୍ତ କରିଛି । ସର୍ଟ ସକ୍ରିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ରୋଷେଇ ଘରେ ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ନଷ୍ଟ ହୋଇଯାଇଛି ।