ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ । ୭ ଶିଶୁ ଜୀବନ୍ତ ଦଗ୍ଧ, ଏକାଧିକ ଗୁରୁତର ।

1,875

କନକ ବ୍ୟୁରୋ: ରାଜଧାନୀ ଦିଲ୍ଲୀରୁ ସାମ୍ନାକୁ ଆସିଲା ଛାତିଥରା ଦୃଶ୍ୟ । ଏହି ବେବି କେୟର ସେଣ୍ଟରରେ ଅଗ୍ନିକାଣ୍ଡ ଯୋଗୁଁ ୭ ଜଣ ଶିଶୁଙ୍କ ଜୀବନ ଚାଲିଯାଇଛି । ଶନିବାର ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା । ନିଆଁ ଲାଗିବା ଖବର ଜଣାପଡ଼ିବା ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ୧୨ ଜଣ ଶିଶୁଙ୍କୁ ଡାକ୍ତରଖାନାରୁ ଉଦ୍ଧାର କରାଯାଇଥିଲା । ତେବେ ସେଥିରୁ ୭ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଶିଶୁମାନଙ୍କ ଚିକିତ୍ସା ଜାରି ରହିଛି । ତେବେ କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା ତାର କାରଣ ସ୍ପଷ୍ଟ ହୋଇ ନାହିଁ । ଘଟଣାର ତଦନ୍ତ ଚାଲିଛି ।