କନକ ବ୍ୟୁରୋ : କଟକ କୋଭିଡ୍ ହସ୍ପିଟାଲରେ ନିଆଁ । ଜଗତପୁର ସଦଗୁରୁ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡ ଘଟିବା ପରେ ରୋଗୀମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଛି । ଗୁରୁତର ରୋଗୀଙ୍କୁ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଉଥିବାବେଳେ ଲକ୍ଷଣ ନଥିବା ରୋଗୀମାନଙ୍କୁ କୋଭିଡ୍ କେୟାର ସେଂଟରକୁ ସ୍ଥାନାନ୍ତର କରାଯାଇଛି । ସମସ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ଘଟଣାସ୍ଥଳରେ ଜିଲ୍ଲାପାଳ, ସିଏମସି କମିଶନର ଉପସ୍ଥିତ ରହିଛନ୍ତି । ଅଗ୍ନିଶମ କର୍ମଚାରୀମାନେ ନିଆଁକୁ ଆୟତ କରିଛନ୍ତି । ଏବଂ ଏକ ବଡ ଦୁର୍ଘଟଣାରୁ ଅଳ୍ପକେ ରକ୍ଷା ପାଇ ଯାଇଛନ୍ତି ସେଠାରେ ଥିବା ରୋଗୀ ଓ କର୍ମଚାରୀ । ତେବେ ନିଆଁ ଲାଗିବାର କାରଣ ଜଣାପଡି ନାହିଁ । ସଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ସୂଚନା ଅନୁସାରେ ହସ୍ପିଟାଲର ଥାର୍ଡ ଫ୍ଲୋରର ତୃତୀୟ ମହମଲାରେ ଥିବା ଆଇସିୟୁରେ ନିଆଁ ଲାଗିଥିଲା ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/09/25-10.jpg)