ଶିମିଳିପାଳ ଜଙ୍ଗଲରେ ନିଆଁ ଲାଗିବା ଘଟଣା : କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ଟ୍ୱିଟ, କହିଲେ, ଶିମିଳିପାଳରେ ନିଆଁ ଏସିଆ ପାଇଁ ଭଲ ସଙ୍କେତ ନୁହେଁ

95

କନକ ବ୍ୟୁରୋ : ବିପଦରେ ହୁ ହୁ ହୋଇ ଜଳୁଛି ଜଙ୍ଗଲ । ଦିନେ କି ଦୁଇଦିନ ନୁହେଁ ପ୍ରାୟ ଗୋଟିଏ ସପ୍ତାହ ହେଲାଣି, ଜଙ୍ଗଲ ଭିତରେ ହିଁ ଜଳିଯାଉଛି ଗଛପତ୍ର । ଶିମିଳିପାଳ ଜଙ୍ଗଳ ଜଳିବା ଏସିଆ ପାଇଁ ଭଲ ସଙ୍କେତ ନୁହେଁ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ । ଏହି ଘଟଣା ପ୍ରତି ଜାତୀୟ ଓ ଅନ୍ତର୍ଜାତୀୟ ଗଣମାଧ୍ୟମ ଧ୍ୟାନ ଦେବା ଜରୁରୀ ବୋଲି କହିଛନ୍ତି ପ୍ରତାପ । ଗୋଟିଏ ସପ୍ତାହେ ପୂର୍ବରୁ ଶିମିଳିପାଳରେ ନିଆଁ ଲାଗିଥିଲେ ବି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ନ ହେବା ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

ସେପଟେ, ମୟୁରଭଞ୍ଜ ମହାରାଣୀ କହିଛନ୍ତି ସମାଧାନର ବାଟ । ମନ୍ଦ ଉଦ୍ଦେଶ୍ୟ ରଖି କିଛି ନ୍ୟସ୍ତସ୍ୱାର୍ଥ ବ୍ୟକ୍ତି ଜଙ୍ଗଲରେ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି । ଏ ନେଇ ଏକ ଟିମ ଗଠନ କରିବାକୁ ସେ ଦାବି କରିଛନ୍ତି । କହିଛନ୍ତି, ଦଣ୍ଡ ନୁହେଁ ଏ ବାବଦରେ ଲୋକଙ୍କୁ ସଚେତନ କରିବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି ।