ବାଣପୁର ଥାନା ଗମ୍ଭାରୀମୁଣ୍ଡା ଗାଁରେ ଅଘଟଣ : ଗ୍ୟାସ ଟ୍ୟାଙ୍କି ଫାଟି ୫ଜଣ ଗୁରୁତର

207

କନକ ବ୍ୟୁରୋ : ଖୋର୍ଦ୍ଧା ଜିଲ୍ଲାର ବାଣପୁର ଥାନା ଅନ୍ତର୍ଗତ ଗମ୍ଭାରୀମୁଣ୍ଡା ଗ୍ରାମରେ ଆଜି ସକାଳେ ଘଟିଛି ଏହି ବଡ଼ ଅଘଟଣ । ଏଠାରେ  ରୋଷେଇ ଗ୍ୟାସ୍‌ ଟାଙ୍କି ଫାଟି ୫ ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ପ୍ରଥମେ ଗମ୍ଭାରୀମୁଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ କରାଯିବା ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିବାର ସୂଚନା ମିଳିଛି ।

ପ୍ରାପ୍ତ ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଗମ୍ଭାରୀମୁଣ୍ଡାରେ ଆଜି ସକାଳ ପ୍ରାୟ ୭ଟା ବେଳେ ଗାଁର ରବୀନ୍ଦ୍ର ପ୍ରଧାନଙ୍କ ଘରେ ରୋଷେଇ ଚାଲିଥିବା ବେଳେ ଗ୍ୟାସ୍ ଟାଙ୍କିରୁ ଗ୍ୟାସ୍ ଲିକ୍ ହୋଇଥିଲା । ଏହାଫଳରେ  ନିଆଁ ଲାଗି ଯାଇଥିଲା । ପ୍ରଥମେ ରୋଷେଇ କରୁଥିବା ମହିଳାଙ୍କ ଦେହରେ ନିଆଁ ଲାଗିଯାଇଥିଲା । ତାପରେ ପରିବାରର ଅନ୍ୟ ୪ଜଣ ପୋଡ଼ି ହୋଇଯାଇଥିଲେ । ଏହାପରେ ପଡ଼ୋଶୀମାନେ ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ଗମ୍ଭାରୀମୁଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେମାନଙ୍କ ଅବସ୍ଥା ଗୁରୁତର ଥିବାରୁ ସମସ୍ତଙ୍କୁ ବ୍ରହ୍ମପୁରକୁ ସ୍ଥାନାନ୍ତର କରାଯାଇଛି ।