କନକ ବ୍ୟୁରୋ : ରାଜ୍ୟରେ ଆଉ ୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏହାଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫୯ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଅନୁଯାୟୀ  ୫ ମୃତକଙ୍କ ମଧ୍ୟରୁ ଗଞ୍ଜାମ, ପୁରୀ, ମାଲକାନଗିରି, ବାଲେଶ୍ୱର, କନ୍ଧମାଳରେ ଜଣେ ଲେଖାଏଁ ମୃତ୍ୟୁ । publive-image

Advertisment

ସେପଟେ ଆଜି ପୁଣି ୨୮ଟି ଜିଲ୍ଲାରୁ ୧୦୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୬୬୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୦୬ ଜଣ ଚିହ୍ନଟ ହୋଇଛନ୍ତି । ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯,୧୭୫ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୪୫ଜଣ, ଅନୁଗୁଳରୁ ୨୦ ବାଲେଶ୍ବର ଜିଲ୍ଲାରୁ ୨୯, ବରଗଡ଼ ଜିଲ୍ଲାରୁ ୫, ଭଦ୍ରକ ଜିଲ୍ଲାରୁ ୪, ବଲାଙ୍ଗୀର ଜିଲ୍ଲାରୁ ୨୬, କଟକ ଜିଲ୍ଲାରୁ ୬୧, ଦେବଗଡ଼ ଜିଲ୍ଲାରୁ ୨, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୮୮, ଜଗତସିଂହପୁର ଜିଲ୍ଲାରୁ ୩, ଯାଜପୁର ଜିଲ୍ଲାରୁ ୧୨, ଝାରସୁଗୁଡ଼ା ଜିଲ୍ଲାରୁ ୧୨, କଳାହାଣ୍ଡି ଜିଲ୍ଲାରୁ ୧୯, କନ୍ଧମାଳ ଜିଲ୍ଲାରୁ ୧୧, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮, ଖୋର୍ଦ୍ଧା ଜିଲ୍ଲାରୁ୧୯୪, କୋରାପୁଟ ଜିଲ୍ଲାରୁ ୬୬, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୨୦, ନବରଙ୍ଗପୁର ଜିଲ୍ଳାରୁ ୨୬, ନୟାଗଡ଼ ଜିଲ୍ଲାରୁ ୨୯, ନୂଆପଡ଼ା ଜିଲ୍ଲାରୁ ୧୧, ପୁରୀ ଜିଲ୍ଲାରୁ ୧୬, ରାୟଗଡ଼ା ଜିଲ୍ଲାରୁ ୨୪, ସମ୍ବଲପୁର ଜିଲ୍ଲାରୁ ୨୧, ସୋନପୁର ଜିଲ୍ଲାରୁ ୨ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।