ପଶ୍ଚିମବଙ୍ଗରେ ବଡ ଧରଣର ଟ୍ରେନ୍ ଦୁର୍ଘଟଣା । କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍, ଘଟଣାସ୍ଥଳରେ ୫ ଯାତ୍ରୀଙ୍କ ମୃତ୍ୟୁ । 

246

କନକ ବ୍ୟୁରୋ : ପଶ୍ଚିମବଙ୍ଗରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା  । ନ୍ୟୁ ଜଲପାଇଗୁଡ଼ି ରଙ୍ଗପାଣି ଷ୍ଟେସନ ନିକଟରେ କାଞ୍ଚନଜଙ୍ଗା ଏକ୍ସପ୍ରେସ ଓ ମାଲଗାଡ଼ି ମଧ୍ୟରେ ଧକ୍କା  । ଦୁର୍ଘଟଣାରେ ୫ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି  । ଆହତମାନଙ୍କୁ ସ୍ଥାନୀୟ ଡାକ୍ତାରଖାନାରେ ଭର୍ତି କରାଯାଇଛି  ।

ପୋଲିସ, ଏନଡିଆରଏଫ, ଏସଡିଆରଏଫ, ରେଳ କର୍ମଚାରୀଙ୍କ ସହାୟତାରେ ଚାଲିଛି ଉଦ୍ଧାର କାର୍ଯ୍ୟ  । ଗ୍ୟାସ କଟର ସାହାଯ୍ୟରେ ବଗିକୁ କଟାଯାଇ ଯାତ୍ରୀଙ୍କୁ ଉଦ୍ଧାର କରାଯାଉଛି । ଦୁର୍ଘଟଣାକୁ ନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦୁଃଖ ପ୍ରକାଶ କରିଛନ୍ତି  । କାଞ୍ଚନଜଙ୍ଗା ଏକ୍ସପ୍ରେସ କୋଲକାତା ଯିବା ସମୟରେ ଏହି ଦୁର୍ଘଟଣା ଘଟିଛି  । ଦୁର୍ଘଟଣା ପରେ ଏକ୍ସପ୍ରେସର ୩ଟି ବଗି ଲାଇନଚ୍ୟୁତ ହୋଇଯାଇଛି  । ଦୁର୍ଘଟଣା ପରେ ରେଳ ବିଭାଗ ପକ୍ଷରୁ ହେଲ୍ପ ଲାଇନ ନମ୍ବର ଜାରି କରାଯାଇଛି  । ଦୁଇଟି ହେଲ୍ପ ଲାଇନ ନମ୍ବର ହେଉଛି ୦୩୩୨୩୫୦୮୭୨୪  ଏବଂ  ୦୩୩୨୩୮୩୩୩୨୬  ।