କନକ ବ୍ୟୁରୋ: ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମ ଭୁବନେଶ୍ୱର ପ୍ରଦର୍ଶନୀ ପଡିଆରେ ଆୟୋଜିତ ହୋଇଛି । ମାତ୍ର ୧୦୦ ଅତିଥୀଙ୍କ ଭିତରେ ଏହି ଉତ୍ସବ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତୋଳନ କରିଛନ୍ତି । ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମାତ୍ର ୩ ପ୍ଲାଟୁନ ଫୋର୍ସ ଓଡ୍ରାଫ, ଓଏସଏପିର ସପ୍ତମ ବାଟାଲିୟନ ଏବଂ ଏଏସବି ବାଟାଲିୟନ ସାମିଲ ହୋଇଥିଲେ । ସମସ୍ତେ ସାମାଜିକ ଦୂରତା ନିୟମକୁ କଡାକଡି ପାଳନ କରିଥିଲେ ।
#କଟକଣା_ଭିତରେ_ରାଜ୍ୟସ୍ତରୀୟ_ସ୍ୱାଧିନତା_ଦିବସ_ପାଳନ#ତ୍ରିରଙ୍ଗା_ଉଡାଇଲେ_ମୁଖ୍ୟମନ୍ତ୍ରୀ
ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ । କରୋନା କଟକଣା ଭିତରେ ରାଜ୍ୟସ୍ତରୀୟ ୭୪ତମ ସ୍ୱାଧୀନତା ଦିବସ ପାଳନ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ #Happy74thIndependenceDay#Odishapic.twitter.com/2kpA2bmWVT— Kanak News (@kanak_news) August 15, 2020
ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସ୍ବାଧୀନତା ଦିବସର ଶୁଭେଚ୍ଛା ଜଣାଇବା ସହ ସ୍ବାଧୀନତା ସଂଗ୍ରାମୀମାନଙ୍କ ସ୍ମୃତିଚାରଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଛନ୍ତି ଯେ କରୋନା ଯୋଦ୍ଧାଙ୍କ କାର୍ଯ୍ୟ ଅତୁଳନୀୟ । କୋଭିଡ୍ ଯୋଦ୍ଧାଙ୍କ ତ୍ୟାଗ ଓ ସେବା ପାଖରେ ଓଡ଼ିଆ ଜାତି ଋଣୀ । କରୋନା ମୁକାବିଲା ପାଇଁ ସରକାର ବିଭିନ୍ନ ହସ୍ପିଟାଲର ବ୍ୟବସ୍ଥା କରିଛନ୍ତି। ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ ଏବଂ ଟଙ୍କା ପାଇଁ ଓଡ଼ିଶାରେ କେହି ରୋଗୀ ସେବାରୁ ବଞ୍ଚିତ ହେବେ ନାହିଁ ବୋଲି ସେ ସୂଚନା ଦେଇଛନ୍ତି। କରୋନା ଆକ୍ରାନ୍ତଙ୍କୁ ସବୁ ସୁବିଧା ମାଗଣାରେ ଯୋଗାଇ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/08/1-29.jpg)