ତ୍ରିରଙ୍ଗା ଉଡାଇଲେ ମୁଖ୍ୟମନ୍ତ୍ରୀ: କରୋନା କଟକଣା ଭିତରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ; ପ୍ରଦର୍ଶନୀ ପଡ଼ିଆରେ ଜାତୀୟ ପତାକା ଉତ୍ତୋଳନ କଲେ ନବୀନ

Advertisment
ତ୍ରିରଙ୍ଗା ଉଡାଇଲେ ମୁଖ୍ୟମନ୍ତ୍ରୀ: କରୋନା କଟକଣା ଭିତରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ; ପ୍ରଦର୍ଶନୀ ପଡ଼ିଆରେ ଜାତୀୟ ପତାକା ଉତ୍ତୋଳନ କଲେ ନବୀନ

କନକ ବ୍ୟୁରୋ: ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମ ଭୁବନେଶ୍ୱର ପ୍ରଦର୍ଶନୀ ପଡିଆରେ ଆୟୋଜିତ ହୋଇଛି  । ମାତ୍ର ୧୦୦ ଅତିଥୀଙ୍କ ଭିତରେ ଏହି ଉତ୍ସବ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତୋଳନ କରିଛନ୍ତି । ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମାତ୍ର ୩ ପ୍ଲାଟୁନ ଫୋର୍ସ ଓଡ୍ରାଫ, ଓଏସଏପିର ସପ୍ତମ ବାଟାଲିୟନ ଏବଂ ଏଏସବି ବାଟାଲିୟନ ସାମିଲ ହୋଇଥିଲେ । ସମସ୍ତେ ସାମାଜିକ ଦୂରତା ନିୟମକୁ କଡାକଡି ପାଳନ କରିଥିଲେ ।

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସ୍ବାଧୀନତା ଦିବସର ଶୁଭେଚ୍ଛା ଜଣାଇବା ସହ ସ୍ବାଧୀନତା ସଂଗ୍ରାମୀମାନଙ୍କ ସ୍ମୃତିଚାରଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଛନ୍ତି ଯେ କରୋନା ଯୋଦ୍ଧାଙ୍କ କାର୍ଯ୍ୟ ଅତୁଳନୀୟ । କୋଭିଡ୍‌ ଯୋଦ୍ଧାଙ୍କ ତ୍ୟାଗ ଓ ସେବା ପାଖରେ ଓଡ଼ିଆ ଜାତି ଋଣୀ । କରୋନା ମୁକାବିଲା ପାଇଁ ସରକାର ବିଭିନ୍ନ ହସ୍ପିଟାଲର ବ୍ୟବସ୍ଥା କରିଛନ୍ତି। ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ ଏବଂ ଟଙ୍କା ପାଇଁ ଓଡ଼ିଶାରେ କେହି ରୋଗୀ ସେବାରୁ ବଞ୍ଚିତ ହେବେ ନାହିଁ ବୋଲି ସେ ସୂଚନା ଦେଇଛନ୍ତି। କରୋନା ଆକ୍ରାନ୍ତଙ୍କୁ ସବୁ ସୁବିଧା ମାଗଣାରେ ଯୋଗାଇ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe