କନକ ବ୍ୟୁରୋ : ଉପରମୁଣ୍ଡରେ ବର୍ଷା ଜାରି ରହିଥିବାରୁ ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ରହିଛି । ତେବେ ଏଥିପାଇଁ ମହାନଦୀ ଅବବାହିକାରେ ବିଶେଷ କ୍ଷତି ହେବ ନାହିଁ ବୋଲି ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ, ବନ୍ୟା ମୁକାବିଲା ପାଇଁ ଜଳସଂପଦ ବିଭାଗର ସମସ୍ତ କର୍ମଚାରୀ ତତ୍ପର ଅଛନ୍ତି । ହୀରାକୁଦ ଜଳଭଣ୍ଡାରର ଜଳସ୍ତରକୁ ୬୨୮ ଫୁଟ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ବଳକା ଜଳକୁ ନିଷ୍କାସନ କରିବାକୁ ଅଧିକ ଗେଟ୍ ଖୋଲାଯିବ । ଏବେ ୧୩ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ଅଧିକ ଗେଟ ଖୋଲାଯିବା ପରେ ମୁଣ୍ଡୁଳିଠାରେ ଘଣ୍ଟାପ୍ରତି ୭ ଲକ୍ଷ କ୍ୟୁସେକ୍ ବନ୍ୟାଜଳ ପ୍ରବାହିତ ହେବାର ସମ୍ଭାବନା ରହିଛି ବୋଲି ସେ କହିଛନ୍ତି । ସେ କହିଛନ୍ତି ଯେ, ଲଗାଣ ବର୍ଷା ଯୋଗୁଁ ରାଜ୍ୟର ୨୧ଟି ଜିଲ୍ଲା ପ୍ରଭାବିତ ହୋଇଛି । ପ୍ରାୟ ୨୦ ଲକ୍ଷ ୪୮ ହଜାର ଲୋକ ପ୍ରଭାବିତ ହୋଇଛନ୍ତି ଓ ୩୮୪୮ଟି ବାସଗୃହ କ୍ଷତିଗ୍ରସ୍ତ ହୋଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/09/Sri-Pradeep-Kumar-Jena-SRC-Odisha-briefing-on-Pre-Cyclone-YAAS-2-705x430-1.jpg)