ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି । ଦୃଶ୍ୟମାନ କମ ଥିବାରୁ ଯାତାୟତ ସେବା ପ୍ରଭାବିତ, ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶା ପାଇଁ ଜାରି ହୋଇଛି ଚେତାବନୀ

66

କନକ ବ୍ୟୁରୋ : ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିଛି । ବିଶେଷ କରି କଟକ ଓ ଭୁବନେଶ୍ୱରରେ ପ୍ରବଳ କୁହୁଡି ଅନୁଭୂତ ହୋଇଛି । ଘନ କୁହୁଡି ଯୋଗୁଁ ଦୃଶ୍ୟମାନ ଦୂରତା କମ୍ ରହିଛି । ଫଳରେ ଲୋକେ ଯିବା ଆସିବା କରିବାରେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ଆଜି ଓ ଆସନ୍ତାକାଲି ପାଇଁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ କୁହୁଡି ନେଇ ଚେତାବନୀ ଦେଇଛି ଆଂଚଳିକ ପାଣିପାଗ କେନ୍ଦ୍ର । କୁହୁଡି ସାଙ୍ଗକୁ କିଛି ସ୍ଥାନରେ ହାଲୁକା ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । କୁହୁଡି ଯୋଗୁ ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟୁଛି । ତେଣୁ ଯତାୟତ ସମୟରେ ସତର୍କତା ଅବଲମ୍ବନ କରିବା ପାଇଁ ପରାମର୍ଶ ଦିଆଯାଇଛି ।