କନକ ବ୍ୟୁରୋ : ଆସନ୍ତାକାଲି ବିଧାନସଭା ମୌସୁମୀ ଅଧିବେଶନ । ଏଥର ଅଧିବେଶନ ବେଶ୍ ସରଗରମ ହେବା ସମ୍ଭାବନା ରହିଛି । ଅଧିବେଶନରେ ନୂଆ ନୂଆ ପ୍ରସଙ୍ଗ ଉଠିପାରେ । ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛନ୍ତି ବିରୋଧୀ । ସେହିପରି ବିରୋଧୀଙ୍କୁ ଜବାବ ଦେବା ପାଇଁ ସରକାର ମଧ୍ୟ ପ୍ରସ୍ତୁତ ହେଉଛନ୍ତି । ଅଧିବେଶନ ପୂର୍ବରୁ ଆଜି ବିଜେପି, କଂଗ୍ରେସ ଓ ବିଜେଡି ବିଧାୟକ ଦଳ ବୈଠକ ବସିବ ।
ଏଥିରେ ରଣନୀତି ପ୍ରସ୍ତୁତ କରିବେ ସମସ୍ତ ରାଜନୈତିକ ଦଳ । ତେବେ ଏହା ପୂର୍ବରୁ ବିଧାନସଭା ପରିସରରେ ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଏଥିପାଇଁ ୩୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୧୨୦ ଜଣ ଅଫିସରଙ୍କୁ ମୁତୟନ କରାଯାଇଛି । ପୋଲିସ କମିଶନର ପହଂଚି ସୁରକ୍ଷା ବ୍ୟବସ୍ଥାର ଯାଂଚ କରିଛନ୍ତି । ପୋଲିସ ଡିଜି ମଧ୍ୟ ବିଧାନସଭାରେ ପହଂଚି ସୁରକ୍ଷା ଯାଂଚ କରିବା କାର୍ଯ୍ୟକ୍ରମ ରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/08/17-36.jpg)