କନକ ବ୍ୟୁରୋ: ରାଜ୍ୟର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ନସୁହାଇପାରେ ପାଣିପାଗ ସ୍ଥିତି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିବା ପରେ ଏଭଳି ଆଶଙ୍କା ସୃଷ୍ଟି ହୋଇଛି । ତେବେ ବିଭିନ୍ନ ମଡେଲର ଆକଳନ ଅନୁସାରେ ଆସନ୍ତା ୨୦ରୁ ୨୧ ତାରିଖ ମଧ୍ୟରେ ଘୃର୍ଣ୍ଣିବଳୟ ସୃଷ୍ଟିି ହେବାର ଅଛି । ୨୨ରୁ ୨୩ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି ।
୨୪ରୁ ୨୫ ତାରିଖ ମଧ୍ୟରେ ଅବପାତ ଏବଂ ପରବର୍ତି ସମୟରେ ଅଧିକ ଘନିଭୂତ ହେବା ନେଇ ଆଳକନ କରାଯାଇଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ ଆସନ୍ତା ୨୨ ତାରିଖରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ସମୁଦ୍ର ଭିତରେ ଧିରେ ଧିରେ ଦକ୍ଷିଣ-ପୂର୍ବ ଦିଗକୁ ଗତି କରି ଅବପାତର ରୁପ ନେଇପାରେ । ମେ ୨୪ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ଅବପାତର ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାର ପ୍ରଭାବରେ ଉପକୂଳ ଓଡିଶାରେ ବର୍ଷା ହୋଇପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2024/05/14-13.jpg)