ବିଜେଡି ଛାଡ଼ିଲେ ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ । ବିଜେଡି ସୁପ୍ରିମୋଙ୍କୁ ପଠାଇଲେ ଇସ୍ତଫା ପତ୍ର ।

408

କନକ ବ୍ୟୁରୋ: ବିଜେଡି ଛାଡ଼ିଲେ ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ । ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ନେଇ ଦଳରୁ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି ନିଜର ଇସ୍ତଫା ପତ୍ର । ଇସ୍ତଫା ଦେବାର କାରଣ ସମ୍ପର୍କରେ କିଛି ଉଲ୍ଲେଖ କରି ନଥିବା ବେଳେ ଲୋକଙ୍କ ପାଇଁ କାମ କରିବାକୁ ସୁଯୋଗ ଦେଇଥିବାରୁ ନବୀନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ୨୦୦୯ ଓ ୨୦୧୪ରେ ବିଜେଡି ଟିକେଟରୁ ଳଢ଼ି ବିଜୟୀ ହୋଇଥିଲେ ପୂର୍ଣ୍ଣଚନ୍ଦ୍ର ସେଠୀ ।