କନକ ବ୍ୟୁରୋ : ପିପିଲିର ପୂର୍ବତନ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ଯୁଧିଷ୍ଠିର ସାମନ୍ତରାୟଙ୍କ ଦେହାନ୍ତ । ଏନେଇ ସୂଚନା ଦେଇଛନ୍ତି ପୁଅ ପ୍ରିୟବ୍ରତ ସାମନ୍ତରାୟ । ଗତ କିଛି ମାସ ହେବ ଅସୁସ୍ଥ ଥିଲେ ଯୁଧିଷ୍ଠିର । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଯୁଧିଷ୍ଠିର ।
ଯୁଧିଷ୍ଠିର କଂଗ୍ରେସ ଟିକେଟରୁ ୧୯୯୫ରୁ ୨୦୦୦ ମସିହା ପର୍ଯ୍ୟନ୍ତ ପିପିଲିର ବିଧାୟକ ରହିଥିଲେ । କିନ୍ତୁ ପିପିଲି ନିର୍ବାଚନମଣ୍ଡଳୀରେ କଂଗ୍ରେସର ଟାଣୁଆ ନେତା ଭାବେ ଜଣାଶୁଣା ଥିଲେ ଯୁଧିଷ୍ଠିର । ଏହାପରେ ଯୁଧିଷ୍ଠିର ଲଗାତାର ୨୦୧୪ ପର୍ଯ୍ୟନ୍ତ ନିର୍ବାଚନ ଲଢିଥିଲେ ମଧ୍ୟ ପରାଜିତ ହୋଇଥିଲେ । ଯୁଧିଷ୍ଠିରଙ୍କ ବିୟୋଗରେ କଂଗ୍ରେସ ଜଣେ ଟାଣୁଆ ସଙ୍ଗଠକଙ୍କୁ ହରାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/10/9-14.jpg)