ପଦ୍ମ ଧରିଲେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା : ଶତାଧିକ ସମର୍ଥକଙ୍କ ସହ ବିଦ୍ଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଲେ

347

କନକ ବ୍ୟୁରୋ : ପଦ୍ମ ଧରିଲେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା । ଶତାଧିକ ସମର୍ଥକଙ୍କ ସହ ରାଜ୍ୟ କାର୍ଯ୍ୟାଳୟରେ ବିଦ୍ଧିବଦ୍ଧ ଭାବରେ ବିଜେପିରେ ଯୋଗ ଦେଇଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ସମୀର ମହାନ୍ତି ଓ ଅନ୍ୟାନ୍ୟ ନେତୃମଣ୍ଡଳୀଙ୍କ ଉପସ୍ଥିତିରେ ଯୋଗଦାନ କରିଛନ୍ତି ।

ଢ଼େଙ୍କାନାଳ ଜିଲ୍ଲା ହିନ୍ଦୋଳ ନିର୍ବାଚନ ମଣ୍ଡଳୀରୁ ୩ ଥର ବିଜେଡିର ବିଧାୟିକା ଥିଲେ ଅଞ୍ଜଳି ବେହେରା । ନବୀନ ପଟ୍ଟନାୟକଙ୍କ ସରକାରରେ ଦୁଇ ଦୁଇ ଥର ମନ୍ତ୍ରୀ ହେବାର ସୁଯୋଗ ମଧ୍ୟ ପାଇଥିଲେ । ୨୦୦୦, ୨୦୦୪ ଓ ୨୦୦୯ରେ ବିଜେଡିରୁ ଟିକେଟରୁ ସେ ଜିତିଥିଲେ । ୨୦୧୪ରେ ତାଙ୍କୁ ଦଳୀୟ ଟିକଟ ଦିଆଯାଇନଥିଲା । ପରେ ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେଡି ତାଙ୍କୁ ଦଳରୁ ବହିଷ୍କାର କରିଥିଲା ।