ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଅସୁସ୍ଥ । ଛାତିରେ ଯନ୍ତ୍ରଣା ଯୋଗୁଁ ରାତି ୮ଟା ୪୫ରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଥିବା ଜାତୀୟ ଗଣମାଧ୍ୟମରୁ ସୂଚନା ।

Advertisment
ଡେଙ୍ଗୁରେ ଆକ୍ରାନ୍ତ ହୋଇଛନ୍ତି ମନମୋହନ ସିଂହ । ସ୍ୱାସ୍ଥ୍ୟାବସ୍ଥାରେ ହେଉଛି ଉନ୍ନତି – ଏମ୍ସ ଅଧିକାରୀ

କନକ ବ୍ୟୁରୋ: ମନମୋହନ ସିଂହ ଅସୁସ୍ଥ । ସଂଧ୍ୟାରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଅସୁସ୍ଥ ହୋଇ ପଡିଛନ୍ତି । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି ।

ତେବେ ମନମୋହନ ସିଂହ ଏମ୍ସରେ ଭର୍ତ୍ତି ହୋଇଥିବା ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । ସୂଚନା ଅନୁସାରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ରାତି ପ୍ରାୟ ୮ଟା ୪୫ରେ ତାଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି । ତେବେ ଏ ନେଇ ଏମ୍ସ ପକ୍ଷରୁ କିଛି ସୂଚନା ଦିଆଯାଇନାହିଁ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe