କନକ ବ୍ୟୁରୋ: ଜୁଲାଇ ୭ତାରିଖ ଅପରାହ୍ନ ୫ଟାରେ ଟଣାଯିବ ରଥ । ଆଜି ଛତିଶା ନିଯୋଗ ବୈଠକ ବସିଥିବା ବେଳେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ହୋଇଛି । ୫୩ବର୍ଷ ପରେ ବିରଳ ସଂଯୋଗ ପଡ଼ିଛି । ୧୯୭୧ ପରେ ଗୋଟିଏ ଦିନରେ ପଡ଼ୁଛି ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା । ତେଣୁ ଏଥର ଦୁଇ ଦିନ ଧରି ରଥଟଣା ଯିବ । ଗୋଟିଏ ଦିନରେ ଶ୍ରୀଜୀଉଙ୍କ ଏକାଧିକ ନୀତି ପଡ଼ୁଥିବାରୁ ନେତ୍ରୋତ୍ସବ ଓ ନବଯୌବନ ଦର୍ଶନ ପରେ ଜୁଲାଇ ୭ତାରିଖ ଅପରାହ୍ନରେ ରଥଟାଣିବାକୁ ନିଷ୍ପତି କରିଛି ଶ୍ରୀମନ୍ଦିର ପରିଚାଳନା କମିଟି । ଏଥର ୧୫ ଦିନ ପରିବର୍ତେ ୧୩ ଦିନ ଅଣସର ନୀତି ହେବ । ସେହିପରି ଦୁଇ ଦିନ ରଥଟଣା ପରେ ୧୫ଜୁଲାଇରେ ବାହୁଡ଼ା ଓ ୧୭ତାରିଖରେ ହେବ ଶ୍ରୀଜୀଉଙ୍କ ସୁନାବେଶ ।
      
          ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
      
    
  
  
 
  
    Here are a few more articles:
    
        
    
            
            {{#pages}}
                
                
                
            {{/pages}}
            
        
    
    
  
 Follow Us
                            
                        
                            
                            /kanak/media/post_attachments/wp-content/uploads/2024/06/hhhh.jpg)