ଆଜି ୭୩ତମ ରାଜଧାନୀ ପ୍ରତିଷ୍ଠା ଦିବସ : ବିଧାନସଭା ପରିସରରେ ଥିବା ରାଜଧାନୀ ଶିଳାନ୍ୟାସ ଫଳକରେ ମାଲ୍ୟାର୍ପଣ

109

କନକ ବ୍ୟୁରୋ : ଆଜି ୭୩ତମ ରାଜଧାନୀ ପ୍ରତିଷ୍ଠା ଦିବସ । ୧୯୪୮ ମସିହା ଆଜିର ଦିନ (ଏପ୍ରିଲ ୧୩ ତାରିଖ)ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ବିଧାନସଭା ପରିସରରେ ଥିବା ରାଜଧାନୀ ଶିଳାନ୍ୟାସ ଫଳକରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଓ ସୂଚନା ଲୋକ ସମ୍ପର୍କ ଓ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ, ଜଟଣୀ ବିଧାୟକ ସୁରେଶ ରାଉତରାୟ ମାଲ୍ୟାର୍ପଣ କରିଛନ୍ତି ।

୧୯୪୮ ମସିହା ଏପ୍ରିଲ ୧୩ ତାରିଖରେ ରାଜଧାନୀ ପ୍ରତିଷ୍ଠା ବେଳେ ସହରର ମାତ୍ର ୧୪ ହଜାର ଲୋକଙ୍କ ରହଣି ପାଇଁ ଭୁବନେଶ୍ବରର ତିଆରି କରାଯାଇଥିଲା। ଏବେ ରାଜଧାନୀରେ ଲୋକ ସଂଖ୍ୟା ଏକ କୋଟିରୁ ଉର୍ଦ୍ଧ୍ବ ହେଲେଣି । ଭୁବନେଶ୍ୱର ଏବେ କଟକ ପର୍ଯ୍ୟନ୍ତ, ସେପଟେ ଖୋର୍ଦ୍ଧା ଓ ଏପଟେ ପୁରୀ ପର୍ଯ୍ୟନ୍ତ ସଂପ୍ରସାରିତ ହୋଇଛି। ତେଣୁ ରାଜଧାନୀର ଆହୁରି ବିକାଶ କରିବା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି ବୋଲି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି ।