ଅନୁଗୁଳ କତଡା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : ବୋଲେରୋ ବସ୍ ମୁହାଁମୁହିଁ ଧକ୍କା, ୪ ମୃତ

231

କନକ ବ୍ୟୁରୋ : ଅନୁଗୁଳ କତଡା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା କତଡା ଗୁରୁଣ୍ଡୁ ଗୋପାଳ ହାଇସ୍କୁଲ ନିକଟରେ ବୋଲେରୋ ସହ ବସ୍‌ ଧକ୍କା ହେବାରୁ ୩ ଜଣଙ୍କର ମୃତ୍ୟୁ ଘଟିଛି । ଏଥିରେ ୬ ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।

ମିଳିଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାର ଜାତୀୟ ରାଜପଥ-୫୫ରେ ଏକ ବସ୍‌ ଭୁବନେଶ୍ୱରରୁ ଝାରସୁଗୁଡା ଇବ୍‌ ଥର୍ମାଲ ଅଭିମୁଖେ ଯାଉଥିବା ବେଳେ ଛତିଶଗଡ଼ରୁ ପୁରୀ ଅଭିମୁଖେ ଆସୁଥିବା ଏକ ବୋଲେରୋ ସହ ଜରପଡ଼ା ଥାନା ଗୁରୁଣ୍ଡୁ ଗୋପାଳ ହାଇସ୍କୁଲ ନିକଟରେ ମୁହାଁମୁହଁ ଧକ୍କା ହୋଇଥିଲା ।

ଫଳରେ ବୋଲେରୋ ଡ୍ରାଇଭର ସମେତ ୩ ଜଣ ମହିଳାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ଏହି ଦୁର୍ଘଟଣାରେ ୬ ଜଣ ମଧ୍ୟ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଥିବା ସୂଚନା ମିଳିଛି ।