କନକ ବ୍ୟୁରୋ : ଘନ କୁହୁଡି ଯୋଗୁଁ ସଡ଼କ ଦୁର୍ଘଟଣା । ଗଜପତି ଜିଲ୍ଲାର ମୋହନାରେ ସଡ଼କ ଦୁର୍ଘଟଣାରେ ୪ ଆହତ । ଆହତମାନଙ୍କୁ ଚିକିତ୍ସା ଲାଗି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରେ ଜଣେ ଗୁରୁତର ଭାବେ ଆହତ ହୋଇଥିବା ଜଣା ପଡିଛି ।
ଗତକାଲି ବିଳମ୍ବିତ ରାତିରେ ଗଜପତି ଜିଲ୍ଲାର ପାଦ୍ରୀମା ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି । ଘନ କୁହୁଡି ଯୋଗୁଁ ମିନିଟ୍ରକ ପଛରେ ଏକ କାର ପିଟି ହେବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଗୁରୁତର ଭାବେ ଆହତ ହୋଇଥିବା ଜଣାପଡିିଛି । ସମସ୍ତ ଆହତମାନଙ୍କୁ ଚିକିତ୍ସା ଲାଗି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2019/11/road-accident-.jpg)