ମେ’ ୯ରୁ ୧୫ ତାରିଖ ମଧ୍ୟରେ ଓଡ଼ିଶାବାସୀଙ୍କୁ ଗ୍ରୀଷ୍ମ ପ୍ରବାହରୁ ମିଳିବ ଆଶ୍ୱସ୍ତି । କାଳବୈଶାଖୀ ପ୍ରଭାବରେ ହୋଇପାରେ ବର୍ଷା ପବନ ।

274

କନକ ବ୍ୟୁରୋ: ତାତି ଭିତରେ ରାଜ୍ୟବାସୀଙ୍କୁ ମିଳିବ ଆଶ୍ୱସ୍ତି । ମେ’ ୯ରୁ ୧୫ ତାରିଖ ମଧ୍ୟରେ ଓଡ଼ିଶାବାସୀଙ୍କୁ ଗ୍ରୀଷ୍ମ ପ୍ରବାହରୁ ଆଶ୍ୱସ୍ତି ମିଳିବ । ସର୍ବୋଚ୍ଚ ତାପମାତ୍ରା ସ୍ୱାଭାବିକଠାରୁ କମ୍ ରହିବ । କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇପାରେ । ଭାରତୀୟ ପାଣିପାଗ ବିଭାଗ ଏହି ସୂଚନା ଦେଇଛି । ତେବେ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଓଡ଼ିଶାର ଅଧିକାଂଶ ସ୍ଥାନର ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ଅଧିକ ରହିବ । ଆଜି ଏବଂ ଆସନ୍ତାକାଲି ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ବୌଦ୍ଧ, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାରେ ହିଟ୍ୱେଭ୍ ସ୍ଥିତି ଉପୁଜିବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୬ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର ତାପମାତ୍ରା ୩୯ ଡିଗ୍ରୀ ଓ ଆଭ୍ୟନ୍ତରୀଣ ଓଡ଼ିଶାର ତାପମାତ୍ରା ୪୦ରୁ ୪୩ ଡିଗ୍ରୀ ମଧ୍ୟରେ ରହିବ । ଏହାପରେ ଅଧିକାଂଶ ସ୍ଥାନରେ ତାପମାତ୍ରା ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବ । ୧୦ରୁ ୧୬ ତାରିଖ ମଧ୍ୟରେ ଅନେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ ହେବାକୁ ଥିବାରୁ ସର୍ବୋଚ୍ଚ ତାପମାତ୍ରା ସ୍ୱାଭାବିକଠାରୁ କମ୍ ରହିବା ନେଇ ଆକଳନ କରାଯାଇଛି ।