କନକ ବ୍ୟୁରୋ: ସାଙ୍ଗଠନିକ ନିର୍ବାଚନକୁ ଗୋଟିଏ ବର୍ଷ ଘୁଞ୍ଚାଇଲା ବିଜେଡି । ଜାନୁଆରୀ ୨୩ ନେତାଜୀ ଜୟନ୍ତୀ ଠାରୁ ବିଜୁ ଜୟନ୍ତୀ ମାର୍ଚ୍ଚ ୫ ଯାଏଁ ନବୀନ ସରକାରର ସଫଳତାକୁ ରାଜ୍ୟର ତୃଣମୂଳସ୍ତରରେ ପହଞ୍ଚାଇାବକୁ ଆରମ୍ଭ କରିବ ଅଭିଯାନ । ବିଜେଡି ସୁପ୍ରିମୋଙ୍କ ଅଧ୍ୟକ୍ଷତାରେ ଚାଲିଥିବା କାର୍ଯ୍ୟକାରିଣୀ ବୈଠକରେ ନିଆଗଲା ନିଷ୍ପତ୍ତି ।

Advertisment

ବୈଠକରେ ସାମାଜିକ, ରାଜନୈତିକ ଓ ସାଙ୍ଗଠନିକ ପ୍ରସ୍ତାବ ଉପରେ ଚାଲିଛି ଆଲୋଚନା । ଯେହେତୁ ମୁଣ୍ଡ ଉପରେ ୨୦୨୪ ନିର୍ବାଚନ ରହିଛି ତେଣୁ କେଉଁ ରଣନୀତି ନେଇ ଲୋକମାନଙ୍କ ପାଖକୁ ଦଳ ଯିବ ତାର ଖସଡ଼ା ପ୍ରସ୍ତୁତ କରୁଛି ଦଳ । ୨୦୨୦ ମସିହାରେ ଶେଷ ଥର ପାଇଁ ବସିଥିଲା ଦଳର କାର୍ଯ୍ୟକରିଣୀ ବୈଠକ । ସେହିପରି ଡିସେମ୍ବର ୨୬ରେ ବିଜୁ ଜନତା ଦଳ ୨୭ବର୍ଷରେ ପଦାର୍ପଣ କରୁଥିବା ବେଳେ ଏହାକୁ ପ୍ରଭାବୀ ଢଙ୍ଗରେ ପାଳନ କରାଯିବା ନେଇ ବ୍ୟାପକ ପ୍ରସ୍ତୁତି କରିଛି ଦଳ । ଦଳର ପ୍ରତିଷ୍ଠା ଦିବସ ଅବସରରେ ଲୋକଙ୍କ ନିକଟତର ହେବାକୁ ଦଳୀୟ କର୍ମକର୍ତାଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଦିନରେ ଗଣଦୌଡ, ରକ୍ତଦାନ, ବୃକ୍ଷରୋପଣ ଭଳି ସାମାଜିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ । ସରକାରଙ୍କ ଲୋକାଭିମୁଖୀ ଯୋଜନାର ସଫଳତା ମଧ୍ୟ ଉପସ୍ଥାପନ କରାଯିବ । ଶ୍ରୀ ଜଗନ୍ନାଥ ଚେତନା ମୂଳାଧାରରେ ପୂର୍ଣ୍ଣ ବିକଶିତ ଓଡ଼ିଶା ଗଠନ କରିବା ପାଇଁ ଶପଥ ନେବାକୁ ଦଳୀୟ କର୍ମକର୍ତ୍ତାଙ୍କୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।