କନକ ବ୍ୟୁରୋ: ରାତିପାହିଲେ ମହାପ୍ରଭୁଙ୍କ ଘୋଷଯାତ୍ରା । ପୂର୍ବରୁ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ ସକାଳ ଧୂପ ପରେ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହୋଇଛି । ଶ୍ରୀଜୀଉଙ୍କ ଆଜ୍ଞାମାଳ ଧରି ରଥଖଳାକୁ ଆସିଛନ୍ତି ସେବାୟତ । ତିନି ରଥରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହୋଇଛି । ଆଜ୍ଞାମାଳ ବିଜେ ପରେ ତିନି ରଥର ଚକ ଓ ଅଖରେ ତୈଲ ଲାଗି ହୋଇଛି । ଏହାପରେ ତିନି ରଥକୁ ଦକ୍ଷିଣ ମୋଡ କରି ରଥଖଳାରୁ ସିଂହଦ୍ୱାର ଚକଡା ନିକଟକୁ ଟାଣି ଟାଣି ଆଣିବେ ସେବାୟତ । ଆଉ ତିନି ରଥ ସିଂହଦ୍ୱାର ଆଗରେ ସ୍ଥାନିତ ହେବ ।
ଶ୍ରୀମନ୍ଦିରରୁ ରଥଖଳାକୁ ଆସିଲା ଆଜ୍ଞାମାଳ । ତିନି ରଥର ଦକ୍ଷିଣ ମୋଡ ପରେ ସିଂହଦ୍ୱାର ଚକଡାକୁ ଆସିବ ତିନି ରଥ ।
/kanak/media/post_attachments/wp-content/uploads/2023/06/6-17.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024-08-22t112507373z-whatsapp-image-2024-08-22-at-45429-pm.jpeg)