http://prausnewsnetwork.comତେବେ ଏକ ସମୟରେ ୮ ଲକ୍ଷ ଲୋକଙ୍କ ସ୍ଥାନାନ୍ତରଣ ଓଡିଶାର ସବୁଠୁ ବଡ ସ୍ଥାନାନ୍ତରଣ । ପୂବର୍ରୁ ହୁଡହୁଡ୍ ଓ ଫାଇଲିନ ବାତ୍ୟା ସମୟରେ ରାଜ୍ୟ ସରକାର ବଡ଼ ଧରଣର ସ୍ଥାନାନ୍ତରଣ କରିଥିଲେ। ବର୍ତ୍ତମାନ ଏହି ଅଭିଜ୍ଞତା ବଳରେ ଏହି ବିରାଟ ସ୍ଥାନାନ୍ତରଣ ସଫଳ ହେବ ବୋଲି ପ୍ରଶାସନ ଆଶାବାଦୀ। ବ୍ୟବସ୍ଥା ମୁତାବକ ମହିଳା ,ଶିଶୁ ଓ ଦିବ୍ୟାଙ୍ଗଙ୍କୁ ପ୍ରଥମେ ସ୍ଥାନାନ୍ତର କରାଯିବ ଓ ଏହାପରେ ଅନ୍ୟମାନଙ୍କୁ ସୁରକ୍ଷିତ ସ୍ଥାନକୁ ଅଣାଯିବ। ଅତୀତରେ ଓଡ଼ିଶାରେ ଏତେ ସଂଖ୍ୟକ ଲୋକଙ୍କୁ ସ୍ଥାନାନ୍ତର କରାଯାଇ ନାହିଁ। ଏହାଛଡା ଆଜି ଠାରୁ ଆଶ୍ରୟସ୍ଥଳୀରେ ରନ୍ଧାଖାଦ୍ୟ ଯୋଗାଇ ଦିଆଯିବା ବ୍ୟବସ୍ଥା ମଧ୍ୟ କରାଯାଇଛି।।
ଅନ୍ୟ ପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି କି ସମ୍ଭାବ୍ୟ ବାତ୍ୟା ପ୍ରଭାବିତ ଅଂଚଳର ବାସିନ୍ଦାଙ୍କୁ ସଚେତନ କରିବାକୁ ୯୭.୪୦ ଲକ୍ଷ ଏସଏମଏସ୍ ପଠାଯାଇଛି। ୩ ତାରିଖରେ ପୁରୀ ଉପକୂଳ ଛୁଇଁବ ଅତି ଭୟଙ୍କର ରୂପ ଧାରଣ କରିଥିବା ବାତ୍ୟା ଫନି । ବାତ୍ୟା ଫୋନି ଓଡିଶା ଉପକୂଳ ଆଡକୁ ଯେତିକି ମାଡି ଆସୁଛି ଜନସାଧାରଣଙ୍କ ମନରେ ଭୟ ସେତିକି ବଢିବାରେ ଲାଗିଛି । ଆଉ ଏସବୁ ଭିତରେ ଫନିର ମୁକାବିଲା କରିବା ପାଇଁ ସଚିବାଳୟରେ ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟ ଶାସନ ସଚିବ ଓ ବିଭାଗୀୟ ସଚିବଙ୍କ ସହ ଆଲୋଚନା ପରେ ନବୀନ ଫୋନି ମୁକାବିଲା ନେଇ ଗଣମାଧ୍ୟମରେ ବଡ ବୟାନ ଦେଇଛନ୍ତି ।
Follow Us