୨୪ ଘଂଟାରେ ୬୨୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ : ପୁଣି ୯୬ ଶିଶୁ ହେଲେ ଚିହ୍ନଟ

୬୨ ହଜାର ୨୩୮ ନମୁନା ପରୀକ୍ଷା, ପଜିଟିଭ ହାର ୧ ଦଶମିକ ୦୧ ପ୍ରତିଶତ

73

କନକ ବ୍ୟୁରୋ : ୨୪ ଘଂଟା ଭିତରେ ୬୨୮ ନୂଆ ଆକ୍ରାନ୍ତ ଚିହ୍ନଟ । ଶୁନରୁ ୧୮ ବର୍ଷ ଭିତରେ ୯୬ ଜଣ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୩୬୭ ଜଣ ସଂଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୨୬୧ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୨୨ ଜଣ, ବରଗଡ଼ରୁ ୭ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୭୨ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୫ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୨୬ ଜଣ, ଯାଜପୁରରୁ ୧୯ ଜଣ, ଝାରସୁଗୁଡ଼ାରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୯ ଜଣ, କେଉଁଝରରୁ ୨ ଜଣ, କୋରାପୁଟରୁ ୧୬ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନୟାଗଡ଼ରୁ ୭ ଜଣ, ପୁରୀରୁ ୯ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୮ ଜଣ, ସୁନ୍ଦରଗଡ଼ରୁ ୨୩ ଜଣ ଓ ଷ୍ଟେଟ ପୁଲରୁ ୬୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ତେବେ ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ, ୧୮ ହଜାର ୯୨୬କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରେ ୧୦ ଲକ୍ଷ ୪ ହଜାର ୮୫୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫ହଜାର ୯୦୬ ରହିଛି । ସେପଟେ କରୋନା କାରଣରୁ ୨୪ ଘଂଟା ଭିତରେ ୪ଜଣଙ୍କର ମୃତ୍ୟୁ ହୋଇଛି ।