ନୟାଗଡର କଣ୍ଟେଇମୁଣ୍ଡି ବାଇଗଣକୁ ମିଳିଲା ଜିଆଇ ଟ୍ୟାଗ, ଜିଆଇ ଟ୍ୟାଗ ପାଇଁ କେନ୍ଦ୍ରର ଅନୁମତି

846

କନକ ବ୍ୟୁରୋ : ନୟାଗଡ ଜିଲ୍ଲାର ପ୍ରସିଦ୍ଧ କଣ୍ଟେଇମୁଣ୍ଡି ବାଇଗଣକୁ ମିଳିଲା ଜିଆଇ ଟ୍ୟାଗ୍ । କେନ୍ଦ୍ର ସରକାର ଏହାକୁ ଜିଆଇ ଟ୍ୟାଗ ଦେବାକୁ ଅନୁମତି ଦେଇଛନ୍ତି । ଏହି ବାଇଗଣ ବିଶେଷ ଭାବେ କଣ୍ଟିଲୋର ମହାନଦୀ ଅବବାହିକାରେ ଚାଷ କରାଯାଇଥାଏ । ଏହି ବାଇଗଣକୁ ଜିଆଇ ଟ୍ୟାଗ ଦେବାକୁ ରାଜ୍ୟ ପ୍ରଶାସନ କେନ୍ଦ୍ର ସରକାରଙ୍କ ନିକଟରେ ଆବେଦନ କରିଥିଲା ।

କଣ୍ଟେଇମୁଣ୍ଡି ବାଇଗଣ ହେଉଛି ଅନ୍ୟ ପ୍ରଜାତିର ବାଇଗଣ ତୁଳନାରେ ଆକାରରେ ବହୁତ ଛୋଟ । ଏହାସହ ଅନ୍ୟ ବାଇଗଣ ତୁଳନାରେ ଏହି ପ୍ରଜାତିର ବାଇଗଣରେ ମଞ୍ଚି ଅଧିକ ଥାଏ । ଏହା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ବୋଲି କୁହାଯାଇଥାଏ । ଏହା ବିଶେଷ ଭାବେ ବାଲିଆ ଅଞ୍ଚଳରେ ଚାଷ କରାଯାଇଥାଏ ।