ଶ୍ରୀ ଜଗନ୍ନାଥଙ୍କ ପହଣ୍ଡି : ଝୁଲି ଝୁଲି ରଥାରୁଢ଼ ହେବାପାଇଁ ପହଣ୍ଡିରେ ଭାବ ବିନୋଦିଆ କାଳିଆ ସାଆନ୍ତ

166

କନକ ବ୍ୟୁରୋ : ଆଜି ପବିତ୍ର ବାହୁଡ଼ା ଯାତ୍ରା । କାଳିଆ ଭାବରେ ବନ୍ଧା ଭକ୍ତ । ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମା ସୁଭଦ୍ରାଙ୍କ ‘ଦେବଦଳନ’ ରଥରେ ସ୍ଥାପନା କରିବା ପରେ ବଡ଼ଠାକୁର ଶ୍ରୀ ବଳଦେବଙ୍କୁ ପହଣ୍ଡିରେ ଗୁଣ୍ଡିଚା ମନ୍ଦିରରୁ ରଥାରୁଢ଼ ପାଇଁ ଅଣାଯିବା ପରେ ଭଉଣୀ ସୁଭଦ୍ରାଙ୍କୁ ଧାଡ଼ି ପହଣ୍ଡିରେ ରଥାରୁଢ କରାଯାଇଛି । ଭାଇ ଭଉଣୀଙ୍କ ପହଣ୍ଡି ବିଜେ ପରେ ଶେଷରେ କାଳିଆ ସାଆନ୍ତଙ୍କ ପହଣ୍ଡି ବିଜେ ଆରମ୍ଭ ହୋଇଛି ।

ତେବେ ଦିବ୍ୟ ଟାହିଆ ସୁଶୋଭିତ ହୋଇ ବଡ଼ଠାକୁର ଭକ୍ତଙ୍କ ଗହଳରେ ଝୁଲିଝୁଲି ଗୁଣ୍ଡିଚାଘରୁ ଆସିବାର ଦୃଶ୍ୟ ଘରେ ରହି ଟିଭି ମାଧ୍ୟମରେ ଭକ୍ତମାନଙ୍କୁ ବିମୋହିତ କରିଛି । ବଳଭଦ୍ରଙ୍କ ପରେ ଗୁଣ୍ଡିଚା ମନ୍ଦିରରୁ ପହଣ୍ଡିରେ ବାହାରିଥିଲେ ମା ସୁଭଦ୍ରା । ବଡ଼ଭାଇ ବଳଦେବଙ୍କ ପରେ ପରେ ଭଉଣୀ ସୁଭଦ୍ରା ଦେବଦଳନ ରଥରେ ରଥାରୁଢ଼ ପାଇଁ ଧାଡ଼ି ପହଣ୍ଡିରେ ବାହାରିଥିଲେ । ଶେଷରେ ଗହଳି ଲଗାଇ ଶ୍ରୀ ଶ୍ରୀ ଜଗନ୍ନାଥ, ଅପରୂପା ଶୋଭାର ସମ୍ଭାର, ଦୀନଜନ ଶରଣ ରକ୍ଷଣ ମହାପ୍ରଭୁ ପହଣ୍ଡିରେ ଝୁଲିଝୁଲି ରଥ ଆଡକୁ ଅଗ୍ରସର ହୋଇଛନ୍ତି । ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ମନରେ ସୃଷ୍ଟି ହୋଇଛି ଅପୂର୍ବ ଉତ୍କଣ୍ଠା ।