କନକ ବ୍ୟୁରୋ: ମହିଳାମାନେ ସବୁବେଳେ ସୁନ୍ଦର ଦେଖାଯିବାକୁ ବିଭିନ୍ନ ଉପାୟ ଆପଣାନ୍ତି । ସେଥିପାଇଁ ବିଭିନ୍ନ ପ୍ରକାରର ପ୍ରସାଧନ ବ୍ୟବହାର କରିବା ସହ ବିଭିନ୍ନ ଉପଚାର କରିଥାନ୍ତି । ଶରୀରକୁ ସୁନ୍ଦର କରିବାରେ ଗ୍ଲିସେରିନର ଭୂମିକା ଅନେକ ରହିଛି । ଜାଣନ୍ତୁ ସୌନ୍ଦର୍ଯ୍ୟକୁ ଏହାକୁ ବ୍ୟବହାର କରିବେ କିପରି?
କ୍ଲିସେରିନକୁ କେବେ ସିଧାସଳଖ ବ୍ୟବହାର କରନ୍ତୁ ନାହିଁ । ବରଂ ଏହାକୁ ଗୋଲାପ ଜଳ କିମ୍ବା ମିନେରାଲ ୱାଟରରେ ମିଶାଇ ବ୍ୟବହାର କରନ୍ତୁ ।
ଗ୍ଲିସେରିନକୁ ମୁହଁରେ ଲଗାଇବା ପୂର୍ବରୁ ମୁହଁକୁ ଭଲଭାବେ ଧୋଇନିଅନ୍ତୁ । ଏହାପରେ ତୁଳାରେ କିଛି ବୁନ୍ଦା ନେଇ ମୁହଁରେ ମସାଜ୍ କରନ୍ତୁ । କିଛି ସମୟ ରଖିବା ପରେ ମୁହଁକୁ ସାଧା ପାଣିରେ ଧୋଇଦିଅନ୍ତୁ । ତ୍ୱଚା କୋମଳ ରହିବ ।
୧୦୦ ଗ୍ରାମ ଗୋଲାପ ଜଳ ସହିତ ୧ ଚାମଚ ଗ୍ଲିସେରିନ୍ ମିଶାଇ ବେତଲର ଠିପି ବନ୍ଦ କରି ଫ୍ରିଜରେ ରଖିଦିଅନ୍ତୁ । ଏହି ଲୋସନକୁ ହାତ, ଗୋଡ, କିମ୍ବା ଶୁଷ୍କ ତ୍ୱଚାରେ ବ୍ୟବହାର କରନ୍ତୁ ।
ଯଦି ମୁହଁରେ ଚର୍ମ ଶୁଷ୍କ ହୋଇଯାଉଛି, ତାହେଲେ ଅଧା ଚାମଚ ଗ୍ଲିସେରିନ୍ ସହିତ ୧ ଚାମଚ ଗୋଲାପ ଜଳ ଓ ୧ ଚାମଚ ମିଲ୍କ ପାଉଡର ମିଶାନ୍ତୁ । ଏହାକୁ ଭଲଭାବେ ମୁହଁରେ ଲଗାନ୍ତୁ । ୫ ମିନିଟ୍ ପରେ ମୁହଁକୁ ଭଲଭାବେ ଧୋଇଦିଅନ୍ତୁ । ମୁହଁ ରୁକ୍ଷ ଓ ଶୁଷ୍କ ହେବାରୁ ରକ୍ଷା ପାଇବ ନିଶ୍ଚୟ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2022/08/66.jpg)