ପ୍ରବଳ ବର୍ଷା ଯୋଗୁଁ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍ : ୧୨ ଟ୍ରେନ୍ ବାତିଲ, ୮ଟି ଟ୍ରେନର ଗତିପଥ ବଦଳିଲା

772

କନକ ବ୍ୟୁରୋ : ପ୍ରବଳ ବର୍ଷା ଯୋଗୁଁ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍ । ଅନୁଗୁଳ ବଅଁରପାଳ ବ୍ଲକ ମୁଣ୍ଡାମାଳ ସାହି ନିକଟରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ପ୍ରବଳ ବର୍ଷା ଯୋଗୁ ପୋଲ ଧସିଯିବାରୁ ଟ୍ରେନଟି ଲାଇନଚ୍ୟୁତ ହୋଇଥିଲା । ଢେଙ୍କାନାଳ ସମ୍ବଲପୁର ରେଳ ସେକ୍ସନ ପ୍ରଭାବିତ ହୋଇଛି । ଫଳରେ ଭୁବନେଶ୍ୱର ଅନୁଗୁଳ ସମେତ ଅନ୍ୟ ସ୍ଥାନକୁ ଯାଉଥିବା ଟ୍ରେନ୍ ଚଳାଚଳ ବନ୍ଦ ରହିଛି । ୧୨ଟି ଟ୍ରେନ୍ ବାତିଲ କରାଯାଇଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ୮ଟି ଟ୍ରେନର ଗତିପଥ ବଦଳିଛି । ଏନେ ନେଇ ପୂର୍ବତଟ ରେଲଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ଆଉ କେତେକ ଟ୍ରେନର ଚଳାଚଳ ସମୟ ପୁନଃ ନିର୍ଦ୍ଧାରିତ ହୋଇଛି ।

ମିଳିଥିବା ସୂଚନା ଅନୁଯାୟୀ, ୧୪ ତାରିଖରେ ୦୮୧୦୫ ନମ୍ବର ରାଉରକେଲା ରୁ ରାଉରକେଲା-ପୁରୀ ସ୍ପେଶାଲ୍, ୦୮୧୦୬ ନମ୍ବର ପୁରୀରୁ ପୁରୀ-ରାଉରକେଲା ସ୍ପେଶାଲ୍, ୦୨୮୬୨ ଭୁବନେଶ୍ୱରରୁ ଭୁବନେଶ୍ୱର-ରାଉରକେଲା ଇଣ୍ଟର ସିଟି ସ୍ପେଶାଲ୍, ୦୨୮୬୬ ପୁରୀରୁ ଲୋକମାନ୍ୟ ତିଳକ ସ୍ପେଶାଲ୍, ୦୮୪୯୩ ନମ୍ବର ଭୁବନେଶ୍ୱରରୁ ଭୁବନେଶ୍ୱର-ବଲାଙ୍ଗୀର ଇଣ୍ଟର ସିଟି ସ୍ପେଶାଲ୍, ୦୮୪୯୪ ନମ୍ବର ବଲାଙ୍ଗୀରରୁ ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟର ସିଟି ସ୍ପେଶାଲ୍, ୦୮୪୫୧ ନମ୍ବର ହାଟିଆରୁ ହାଟିଆ-ପୁରୀ ସ୍ପେଶାଲ୍, ୦୮୪୫୨ ନମ୍ବର ପୁରୀରୁ ପୁରୀ-ହାଟିଆ ସ୍ପେଶାଲ୍ , ୦୮୪୨୫ ନମ୍ବର ପୁରୀରୁ ପୁରୀ-ଦୁର୍ଗ ସ୍ପେଶାଲ୍ , ୦୮୧୨୮ ନମ୍ବର ଗୁଣୁପୁରରୁ ଗୁଣୁପୁର-ରାଉରକେଲା ସ୍ପେଶାଲ୍ ଆଦି ଟ୍ରେନକୁ ବାତିଲ କରାଯାଇଛି ।