ରାଜ୍ୟ ସାମ୍ବାଦିକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଆଣିଲେ ଖୁସିଖବର, ୨ ଲକ୍ଷ ରୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଲା ସାମ୍ବାଦିକ ସ୍ୱାସ୍ଥ୍ୟବୀମା ରାଶି

102

କନକ ବ୍ୟୁରୋ : କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରେ ବୀମାରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହାଦ୍ୱାରା ରାଜ୍ୟର ୮୭୧୭ ଜଣ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକୃତ ହେବେ ।

ସୂଚନା ଥାଉକି, ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିଲା । ବର୍ତ୍ତମାନ ଏହା ୫ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହାଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ସଦସ୍ୟ ଉନ୍ନତମାନର ସ୍ୱାସ୍ଥ୍ୟସେବା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।