ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୩ % ବଢିଲା ମହଙ୍ଗା ଭତ୍ତା, ଉପକୃତ ହେବେ ସରକାରୀ କର୍ମଚାରୀ ଓ ପେନସନଭୋଗୀ

୨୦୧୯ ଜାନୁଆରୀ ପହିଲାରୁ ପିଛଲା ଭାବେ ଲାଗୁ ହେବ

2,856

କନକ ବ୍ୟୁରୋ: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ମହଙ୍ଗା ଭତାକୁ ସରକାର ୩ ପ୍ରତିଶତ ବୃଦ୍ଧି କରିଛନ୍ତି । ୨୦୧୯ ଜାନୁଆରୀ ପହିଲାରୁ ପିଛଲା ଭାବେ ଏହା ଲାଗୁ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି ।

ବଢିଲା ମହଙ୍ଗା ଭତ୍ତା । ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ ଉପହାର ଘୋଷଣା କରିଛନ୍ତି । ମହଙ୍ଗାଭତ୍ତା ୩ ପ୍ରତିଶତ ବୃଦ୍ଧି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏଣିକି ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ୯ରୁ ୧୨ ପ୍ରତିଶତ ମହାଙ୍ଗାଭତ୍ତା ପାଇବେ । ଏହା ୨୦୧୯ ଜାନୁଆରୀ ପହିଲାରୁ ପିଛଲା ଭାବେ ଲାଗୁ କରିବା ପାଇଁ ନିଷ୍ପତ୍ତି ହୋଇଛି ।  ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି ।