କନକ ବ୍ୟୁରୋ : ରାଜ୍ୟରେ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ୭୦% ରିହାତିରେ ମିଳିବ ସବୁଜ କୁଲର । ୭୦% ରିହାତିରେ ସବଜି କୁଲର ଯୋଗାଇ ଦେବେ ରାଜ୍ୟ ସରକାର । ଯେଉଁ ସବଜି କୁଲରରେ ଚାଷୀ ମାନେ ତାଙ୍କ ଅମଳ ପନିପରିବା କିଛି ଦିନ ପର୍ଯ୍ୟନ୍ତ ରଖିପାରିବେ । ଏନେଇ ନୋଟିସ ବାହାରି ସାରିଥିବା ବେଳେ ଚାଷୀ ମାନେ ଆସନ୍ତା ଏପ୍ରିଲ ୧ ତାରିଖରୁ ଏହି ସୁବିଧାର ଲାଭ ପାଇପାରିବେ ବୋଲି କହିଛନ୍ତି କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ।
ଏହାସହ ଗୃହରେ ମନ୍ତ୍ରୀ ଉତ୍ତର ରଖି କହିଛନ୍ତି, ରାଜ୍ୟରେ ୯୭ଟି ଶୀତଳ ଭଣ୍ଡାର ଅଚଳ ହୋଇ ପଡ଼ିଥିବା ବେଳେ ୩୬ଟି ସଚଳ ରହିଛି । ଅଚଳ ହୋଇ ପଡ଼ିଥିବା ଶୀତଳ ଭଣ୍ଡାରକୁ ସଚଳ କରିବା ସମ୍ଭବ ନୁହେଁ । କାରଣ ଅଚଳକୁ ସଚଳ କରିବା ବ୍ୟୟ ବହୁଳ । ସେହି ଟଙ୍କାରେ ନୂଆ ଶୀତଳ ଭଣ୍ଡାର ହୋଇ ପାରିବ । ରାଜ୍ୟରେ ଶୀତଳ ଭଣ୍ଡାରର ଅଭାବକୁ ଦୂର କରିବା ପାଇଁ ରାଜ୍ୟରେ ୧୦୦୦ ଟି ଶୀତଳିକରଣ ଗୃହ ନିର୍ମାଣ କରିବା ପାଇଁ ସରକାର ଯୋଜନା କରିଛନ୍ତି । ଯାହା କି ସୌର ଚାଳିତ ଯନ୍ତ୍ରାଂଶ ଦ୍ୱାରା ଚାଲିବ । ଏହାକୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଓ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପରିଚାଳନାରେ ଚାଲିବ ବୋଲି ବିଧାନସଭାରେ ଉତ୍ତର ରଖିଛନ୍ତି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ।
Follow Us