ସମ୍ଭାବ୍ୟ ବାତ୍ୟା ନେଇ ସମୀକ୍ଷା କଲେ ସରକାର । ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ଦେଲେ ନିର୍ଦ୍ଦେଶ ।

184

କନକ ବ୍ୟୁରୋ : ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ବୈଠକ ଶେଷ ହୋଇଛି । ସମ୍ଭାବ୍ୟ ବାତ୍ୟା ନେଇ ସମୀକ୍ଷା କରିବା ପରେ ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକ ପ୍ରସ୍ତୁତ ରଖିବା ପାଇଁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର । ତଳିଆ ଅଞ୍ଚଳ ଲୋକଙ୍କୁ ଆବଶ୍ୟକତା ଦେଖି ସ୍ଥାନାନ୍ତରିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସେହିପରି ଅଗ୍ନିଶମ ବିଭାଗ, ଓଡ୍ରାଫ୍, ଏନଡିଆରଏଫକୁ ସଜାଗ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ୨୦୦ଟି ଅଗ୍ନିଶମ ବାହିନୀ, ୧୦୮ ଓଡ୍ରାଫ୍ ଟିମଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର । ଉପକୂଳ ଅଞ୍ଚଳ ସମେତ ନୟାଗଡ ଏବଂ ମୟୂରଭଞ୍ଜ ଜିଲ୍ଲାକୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ବସିଥିଲା ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ବୈଠକ । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା । ଭିଡିଓ କନଫରେନ୍ସିଂ ଜରିଆରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ହୋଇଥିଲା ଉଚ୍ଚସ୍ତରୀୟ ବୈଠକ । ତେବେ ଏହି ବୈଠକରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡିକର ଜିଲ୍ଲାପାଳ ଉପସ୍ଥିତ ରହିଥିଲେ । ଏହା ସହ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ମଧ୍ୟ ଏହି ବୈଠକରେ ଉପସ୍ଥିତ ଥିଲେ ।