ଆସିଲା ସରକାରୀ କର୍ମଚାରୀଙ୍କ ପାଇଁ ନୂଆବର୍ଷ ଗାଇଡଲାଇନ : ନୂଆବର୍ଷରେ ଅଫିସରେ ଏକାଠି ହୋଇପାରିବେନି ଅଧିକାରୀ; ଟ୍ୱିନସିଟିରେ ୭୫% କର୍ମଚାରୀଙ୍କୁ ନେଇ ଚାଲିବ ସରକାରୀ ଅଫିସ

ପ୍ରତି ଶନିବାର ବନ୍ଦ ରହିବ ଅଫିସ

376

କନକ ବ୍ୟୁରୋ : ସରକାରୀ କର୍ମଚାରୀଙ୍କ ପାଇଁ ଜାନ୍ରୁଆରୀ ମାସର ଗାଇଡଲାଇନ ଜାରି କରାଯାଇଛି । କଟକ ଓ ଭୁବନେଶ୍ୱରରେ ୭୫ ପ୍ରତିଶତ କର୍ମଚାରୀରେ ଚାଲିବ ଅଫିସ । ସମସ୍ତ ବିଭାଗୀୟ ଓ ଅଧିନସ୍ଥ କାର୍ଯ୍ୟାଳୟ ୭୫ ପ୍ରତିଶତ କର୍ମଚାରୀରେ ଚାଲିବ । ଜରୁରୀ କାର୍ଯ୍ୟରେ ନିୟୋଜିତ ଅଫିସର ସମସ୍ତ କର୍ମଚାରୀ ଆସିବେ । ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଶନିବାର ବନ୍ଦ ରହିବ । ସେହିପରି ସରକାରୀ ବାବୁଙ୍କ ପାଇଁ ନୂଆବର୍ଷ କଟକଣା । ନୂଆବର୍ଷରେ ଅଫିସରେ ଏକାଠି ହୋଇପାରିବେନି ଅଧିକାରୀ । ଭର୍ଚୁଆଲ ମାଧ୍ୟମରେ ନବ ବର୍ଷର ଶୁଭେଚ୍ଚା ଜଣାଇବେ ଅଧିକାରୀ । ସାଧାରଣ ପ୍ରଶାସନ ବିଭାଗ ପକ୍ଷର ଏନେଇ ବିଜ୍ଞପ୍ତି ଜାରି କରାଯାଇଛି ।

କେବଳ ଜରୁରୀକାଳୀନ ବିଭାଗ ଅଧିନରେ ଆସୁଥିବା ଅଫିସ ଗୁଡିକ ସମସ୍ତ କର୍ମଚାରୀଙ୍କୁ ନେଇ ଚାଲିବ । ଏସଆରସି, ଓଏସଡିଏମଏ. ପୋଲିସ, ଅଗ୍ନିଶମ, ସ୍ୱାସ୍ଥ୍ୟ ବିଭାଗ ଭଳି ଜରୁରୀକାଳୀନ ଅଫିସ ଗୁଡିକୁ ସମସ୍ତ କର୍ମଚାରୀ ଆସିବେ ।ଅତ୍ୟାବଶ୍ୟକ ପଡ଼ିଲେ ସରକାରୀ କାର୍ଯ୍ୟ ପାଇଁ ସମ୍ପୃକ୍ତ କର୍ମଚାରୀଙ୍କୁ ଅଫିସ ଆସିବାକୁ ପଡ଼ିବ। ସେଥିପାଇଁ ସମସ୍ତ କର୍ମଚାରୀ ଟେଲିଫୋନ୍‌ ଓ ମୋବାଇଲ ଫୋନ୍‌ ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅଫିସ୍‌ ଆସୁଥିବା କର୍ମଚାରୀମାନେ କୋଭିଡ୍‌ ସଂକ୍ରମଣ ପ୍ରତିହତ ପାଇଁ ଥିବା ସମସ୍ତ ପ୍ରକାର ସତର୍କତା ନିୟମ ଅନୁପାଳନ କରିବାକୁ ପ୍ରମୁଖ ଶାସନ ସଚିବ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ।