ରାଜ୍ୟରେ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୦

77

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୨୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ଭଦ୍ରକରୁ ୩ ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ, କଟକରୁ ୧୫ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୪ ଜଣ, ଯାଜପୁରରୁ ୧୨ ଜଣ, ଝାରସୁଗୁଡ଼ାରୁ ୩ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୨ ଜଣ, ସମ୍ୱଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୫ ହଜାର ୮୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୩୪ ହଜାର ୭୫୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୨ ହଜାର ୬୬୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।